www.samajalive.in
Sunday, December 14, 2025
26.1 C
Bhubaneswar

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦୌଡ଼ରେ ସବୁଠୁ ଆଗରେ ଫଡନାଭିସ, ୨୯ରେ ଘୋଷଣା !

ସମାଜ ଡିଜିଟାଲ ଡେସ୍କ: ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହା ଏପର୍ଯ୍ୟନ୍ତ ସ୍ଥିର ହୋଇପାରିନାହିଁ। ତେବେ ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ମହାୟୁତି ମେଣ୍ଟରେ ଅନେକ ବୈଠକ ପରେ ବର୍ତ୍ତମାନ ଏକ ନାମକୁ ନେଇ ସହମତି ପ୍ରକାଶ ପାଇଥିବା ଜଣାପଡ଼ିଛି। ସୂତ୍ରରୁ ପ୍ରକାଶ ଯେ, ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ବରିଷ୍ଠ ବିଜେପି ନେତା ତଥା ରାଜ୍ୟର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ନାମ ସବୁଠୁ ଆଗରେ ରହିଛି। ନଭେମ୍ବର ୨୯ରେ ସେ ବିଜେପି ବିଧାୟକ ଦଳର ନେତା ନିର୍ବାଚିତ ହେବା ନେଇ ଆନୁଷ୍ଠାନିକ ଭାବେ ଘୋଷଣା କରାଯିବ ବୋଲି କୁହାଯାଉଛି। ଏଥିସହ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ ଗୁରୁବାର ସନ୍ଧ୍ୟାରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରାଯାଇପାରେ।

ଡିସେମ୍ବର ୨ରେ ହୋଇପାରେ ଶପଥ ଗ୍ରହଣ

- Advertisement -

ସୂତ୍ରରୁ ପ୍ରାପ୍ତ ଖବର ଅନୁଯାୟୀ, ଯଦି ଆଜି ସନ୍ଧ୍ୟାରେ ବିଜେପି ହାଇକମାଣ୍ଡଙ୍କ ବୈଠକରେ ମୁଖ୍ୟମନ୍ତ୍ରୀ ନାମରେ ମୋହର ଲାଗେ, ତେବେ ଡିସେମ୍ବର ୨ରେ ଶପଥ ଗ୍ରହଣ ସମାରୋହ ଆୟୋଜିତ ହେବ। ଏହି ସମାରୋହରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମେତ ବହୁ ବରିଷ୍ଠ ବିଜେପି ନେତା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ମୁମ୍ବାଇର ୱାଙ୍ଖଡ଼େ ଷ୍ଟାଡିୟମରେ ଏହି ଶପଥ ଗ୍ରହଣ ସମାରୋହ ଆୟୋଜିତ ହେବ ବୋଲି କୁହାଯାଉଛି।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories