www.samajalive.in
Sunday, December 7, 2025
15.1 C
Bhubaneswar

ନିଆଁ ଲାଗି ପୋଡିଗଲା ୪ ବଖରା ଘର

ଚାନ୍ଦବାଲି : ଚାନ୍ଦବାଲି ବ୍ଲକ ଧାମରାଠାରେ ନିଆଁ ଲାଗି ୪ ବଖରା ଘର ସମ୍ପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଛି। ଧାମରା ପଞ୍ଚାୟତ ନରସିଂହପୁରର ଶ୍ରୀଧର ମଳିକଙ୍କ ଘରେ କୌଣସି ପରିସ୍ଥିତିରେ ନିଆଁ ଲାଗିଯାଇଥିଲା। ଗ୍ରାମବାସୀ ଧାମରାଠାରେ ଥିବା ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ ମଧ୍ୟ  ସେତେବେଳକୁ ଶ୍ରୀଧର ମଲିକଙ୍କ ୪ ବଖରା ଘର ଏବଂ ଏକ ଗୋରୁ ଗୁହାଳ ପୋଡି ପାଉଁଶ ହୋଇଯାଇଥିଲା। ପରେ ଧାମରା ବନ୍ଦରରୁ ଆଉ ଅଗ୍ନିଶମ ବାହିନୀର ୨ଟି ଗାଡି ଆସି ପହଞ୍ଚିଥିଲେ ମଧ୍ୟ ସେତେବେଳକୁ ବିଳମ୍ବ ହୋଇସାରିଥିଲା । ତୁରନ୍ତ ସରକାରୀ ସହାୟତା ଦେବାକୁ ଅଞ୍ଚଳବାସୀ ଦାବି ଜଣାଇଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories