ମହାରାଷ୍ଟ୍ର ଗୋଣ୍ଡିଆ ବସ ଦୁର୍ଘଟଣା: ଗଭୀର ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ଗୋଣ୍ଡିଆରେ ଏକ ବସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପ୍ରତି ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିରୁ ପକ୍ଷରୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କୁ ୫୦ ହଜାର ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ।
ସାମାଜିକ ଗଣମାଧ୍ୟମ ଏକ୍ସରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି:
‘ମହାରାଷ୍ଟ୍ରର ଗୋଣ୍ଡିଆରେ ଘଟିଥିବା ବସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଦୁଃଖିତ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସମବେଦନା ଜଣାଉଛି। ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ। କ୍ଷତିଗ୍ରସ୍ତଙ୍କୁ ସ୍ଥାନୀୟ ପ୍ରଶାସନ ସହାୟତା କରୁଛି। ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ। ଆହତଙ୍କୁ ୫୦ ହଜାର ଟଙ୍କା ଦିଆଯିବ।’
Comments are closed.