www.samajalive.in
Thursday, December 11, 2025
16.1 C
Bhubaneswar

୪୮ ଘଣ୍ଟା ମଧ୍ୟରେ ଚାଷୀ ପାଇବେ ଏମଏସପି ସହାୟତା ରାଶି

ଭୁବନେଶ୍ୱର: ଚଳିତ ଖରିଫ ଋତୁରେ ସମଗ୍ର ରାଜ୍ୟରେ ଧାନକିଣା ପ୍ରକ୍ରିୟାକୁ ବ୍ୟାପକ କରାଯାଇଛି । ପଞ୍ଜୀକୃତ ଚାଷୀ ମଣ୍ଡିରେ ଧାନ ବିକିବାର ୪୮ ଘଣ୍ଟା ମଧ୍ୟରେ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସର୍ବନିମ୍ନ ସହାୟତା ମୂଲ୍ୟ ପାଇପାରୁଛନ୍ତି । ଏଥି ନିମନ୍ତେ ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଚାଷୀମାନଙ୍କ ଆକାଉଣ୍ଟକୁ ପ୍ରତ୍ୟକ୍ଷ ଭାବେ ସର୍ବନିମ୍ନ ସହାୟତା ମୂଲ୍ୟ ପ୍ରଦାନ ପାଇଁ ସରକାରୀ ସ୍ତରରେ ବିଭିନ୍ନ ପର୍ଯ୍ୟାୟରେ ଅଧିକାରୀମାନଙ୍କୁ ନିଯୁକ୍ତି ଦିଆଯାଇଛି । ସେମାନେ ଦିନରାତି ୨୪ ଘଣ୍ଟିଆ ଭିତ୍ତିରେ କାର୍ଯ୍ୟକରି ଚାଷୀମାନଙ୍କ ହିତରକ୍ଷା କ୍ଷେତ୍ରରେ କାର୍ଯ୍ୟ କରୁଛନ୍ତି । କୌଣସି ଅଭିଯୋଗ ଆସିଲେ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଉଛି । ଯୋଗାଣ ବିଭାଗ ପକ୍ଷରୁ ଏଥି ନିମନ୍ତେ ବିହିତ କାର୍ଯ୍ୟାନୁଷ୍ଠାନ ନିଆଯାଉଛି । ଏହି ଅଧିକାରୀମାନେ ଚାଷୀମାନଙ୍କ ହିତକୁ ଗୁରୁତ୍ୱପୂର୍ଣ୍ଣ ଭାବେ ବିବେଚନା କରିବା ସହ ସେମାନଙ୍କ ପ୍ରାପ୍ୟ ପାଇବାକୁ କାର୍ଯ୍ୟ କରୁଛନ୍ତି ।

ସୂଚନାଯୋଗ୍ୟ, ଚାଷୀମାନଙ୍କ ଆକାଉଣ୍ଟକୁ ପ୍ରାରମ୍ଭିକ ଭାବେ ମ୍ୟାପିଂ କରାଯିବା ସହ ଶତପ୍ରତିଶତ ଭାବେ ଯାଞ୍ଚ କରାଯାଉଛି । ଏହାକୁ ବୈଷୟିକ ଉପଯୋଗୀ କରାଯାଇ ଡିଜିଟାଲ ମାଧ୍ୟମରେ ସେମାନଙ୍କ ଆକାଉଣ୍ଟକୁ ଏହି ପ୍ରାପ୍ୟ ପ୍ରଦାନ କରାଯାଉଛି । ଏଥି ନିମନ୍ତେ ଯୋଗାଣ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯିବା ସହ ଏ ସଂକ୍ରାନ୍ତୀୟ ଅଭିଯୋଗକୁ ଗୁରୁତର ଭାବେ ଗ୍ରହଣ କରି ତ୍ୱରିତ ପଦକ୍ଷେପ ନିଆଯାଉଛି । ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ଚାଷୀମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ବିଭିନ୍ନ ଉପଯୋଗୀ ପଦକ୍ଷେପ ଗ୍ରହଣ କରିଛନ୍ତି ।

Hot this week

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

Related Articles

Popular Categories