www.samajalive.in
Wednesday, December 10, 2025
18.1 C
Bhubaneswar

ଆଜି ପୁରୁଣା ସାଙ୍ଗଙ୍କ ସହ ଭେଟ ହେବ, ମନ ପ୍ରସନ୍ନ ରହିବ: ଶନିବାର ରାଶିଫଳ

ମେଷ: ଭ୍ରାତୃତ୍ବ ଭାବ ଅତୁଟ ରହିବ। ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ସୁସ୍ଥ ରହିବେ। ଚତୁର ଓ ଶତ୍ରୁହନ୍ତା ହେବେ। ଚାକିରି ଜୀବନରେ ସେବା ମନୋଭାବର ହେବେ। କର୍ମଠ ହେବେ।
ବୃଷ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ଓ ତେଜସ୍ବୀ ହେବେ।
ମିଥୁନ : ଉଦାର ଚେତା ହୋଇପାରନ୍ତି। ଦାନଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ରହିବେ। କୃଷି କର୍ମକାରୀ ହେବେ। ଜଳ ପ୍ରତି ଆଦର, ପ୍ରେମୀ ଓ ବୁଦ୍ଧିମାନ ହେବେ। କର୍କଟ: ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମାର୍ଜିତ ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ମିଳିବ। ସର୍ବତ୍ର ବିଜୟୀ ହେବେ।
ସିଂହ:ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ୍ର ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଧନାଗମ ହେବ। କନ୍ୟା:ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ରଣାଙ୍ଗନରେ ବୀରତ୍ବ ପ୍ରଦର୍ଶନ କରିବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନସମ୍ପଦ ଭରପୂର ରହିବ। ଶ୍ରୀଚନ୍ଦ୍ର ଭୋଗ ହେତୁ ରୁଚିକର ଖାଦ୍ୟରେ ଆପ୍ୟାୟିତ ହେବେ।
ତୁଳା: ସାଧନା ଫଳବତୀ ହେବ। କର୍ମଚଞ୍ଚଳ ରହିବେ। ଅସାଧ୍ୟ ସାଧନ କରିପାରନ୍ତି। ମଧୁର ଭାଷା ବ୍ୟବହାର କରି ଶତ୍ରୁକୁ ମିତ୍ର କରିପାରନ୍ତି। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ। ସାହସୀ ଓ ଜ୍ଞାନୀ ହେବେ।
ବିଛା: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସନ୍ତାନମାନେ ସମ୍ପତ୍ତିବାନ୍‌ ହେବେ। ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ। ପତ୍ନୀ ସୁଶୀଳା ହେବେ।
ଧନୁ: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହୋଇପାରନ୍ତି। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବେ ରହିବ। ଔଷଧ ବ୍ୟବସାୟରୁ ଲାଭ ମିଳିବ।
ମକର: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବିଳାସରେ ଦିନଟି ଅତିବାହିତ କରିପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ ଓ ବିଦ୍ବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କୁମ୍ଭ: ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସର୍ଦି କିମ୍ବା କଫରେ ପୀଡ଼ିତ ହୋଇପାରନ୍ତି।
ମୀନ: ସେବା କ୍ଷେତ୍ରରେ ନିଜର ପାରଦର୍ଶିତା ପ୍ରତିପାଦନ କରିପାରନ୍ତି। ସମାଜସେବୀ ଭାବେ ଜନସାଧାରଣଙ୍କ ଆଦରଣୀୟ ହେବେ। ମନରେ ଉପୁଜିଥିବା ଅହଂଭାବକୁ ବିସର୍ଜନ ଦେବେ। ପତ୍ନୀଙ୍କୁ ପରାମର୍ଶ ଦେବେ।

Hot this week

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

Related Articles

Popular Categories