www.samajalive.in
Monday, December 8, 2025
17.1 C
Bhubaneswar

ପନ୍ନୁ ନାଁରେ ଓଡ଼ିଆ ସାମ୍ବାଦିକଙ୍କୁ ଧମକପୂର୍ଣ୍ଣ ମେଲ୍‌

ସମାଜ ଡିଜିଟାଲ ଡେସ୍କ: ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତଓ୍ବନ୍ତ ସିଂହ ପନ୍ନୁ ନାଁରେ ବରିଷ୍ଠ ଓଡ଼ିଆ ସାମ୍ବାଦିକ ଅକ୍ଷୟ ସାହୁଙ୍କ ନିକଟକୁ ଆସିଛି ଧମକପୂର୍ଣ୍ଣ ମେଲ୍‌। ଏହି ମେଲ୍‌ରେ ପୁନର୍ବାର ଡିଜିପି ସମ୍ମିଳନୀକୁ ଟାର୍ଗେଟ କରି ଧମକ ଦିଆଯାଇଛି। ଡିଜିପି ସମ୍ମିଳନୀରେ ଖଲିସ୍ତାନୀ ପତାକା ଉଡ଼ାଇଲେ ୨୫ ଲକ୍ଷ ଟଙ୍କା ପୁରସ୍କାର ଦେବାକୁ ପନ୍ନୁ ଘୋଷଣା କରିଛି। ଏହା ସହିତ ଭୁବନେଶ୍ଵର ବିମାନବନ୍ଦରକୁ ମଧ୍ୟ ଟାର୍ଗେଟ କରାଯାଇଛି। ରବିବାର ଭୁବନେଶ୍ଵରରୁ ବିମାନ ଉଡ଼ାଣ ନ କରିବାକୁ ମେଲରେ ଚେତାବନୀ ଦିଆଯାଇଛି। ତେବେ ମେଲ୍‌ଟି ପନ୍ନୁ ନିଜେ କରିଛି ନାଁ ତା’ ନାଁରେ ଆଉ କେହି ବ୍ୟକ୍ତି ଏପରି କରିଛନ୍ତି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

ସୂଚନାଯୋଗ୍ୟ, ଡିଜିପି ସମ୍ମିଳନୀ ଆରମ୍ଭ ହେବା ପୂର୍ବରୁ ମଧ୍ୟ ପନ୍ନୁ ଏକ ଭିଡିଓ ବାର୍ତ୍ତା ଜାରି କରି ସମ୍ମିଳନୀକୁ ଭଣ୍ଡୁର କରିବାକୁ ଧମକ ଦେଇଥିଲା। ସେ କହିଥିଲା ଯେ, ହିନ୍ଦୁତ୍ଵ ଚିନ୍ତାଧାରା ଅଧୀନରେ ଏହି ଡିଜିପି ସମ୍ମିଳନୀ କରାଯାଉଛି। ଖଲିସ୍ତାନ ଶିଖଙ୍କ ସମର୍ଥନକାରୀ, କାଶ୍ମୀରୀ ଯୋଦ୍ଧା, ଆତଙ୍କବାଦୀ ଏବଂ ମାଓବାଦୀଙ୍କୁ ହତ୍ୟା କରିବାକୁ ଯୋଜନା କରାଯାଉଛି। ମୋଦୀ-ଶାହ-ଡୋଭାଲ ଭୁବନେଶ୍ଵରକୁ ବଡ଼ ବିପଦ ଆଣୁଛନ୍ତି ବୋଲି ସେ କହିଥିଲା। ଛଦ୍ମବେଶରେ ଆସି ଭୁବନେଶ୍ଵରର ମନ୍ଦିର, ହୋଟେଲରେ ଲୁଚି ରହି ଏହି ସମ୍ମିଳନୀକୁ ଭଣ୍ଡୁର କରିବାକୁ ପନ୍ନୁନ ଖଲିସ୍ତାନୀମାନଙ୍କୁ ଆହ୍ବାନ କରିଥିଲା।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories