www.samajalive.in
Saturday, December 13, 2025
26.1 C
Bhubaneswar

ଶିକ୍ଷା ବ୍ୟବସ୍ଥାର ବିକଳ ଚିତ୍ର: ଦିନ ୧୧ଟାରେ ବି ଖୋଲୁନି ସ୍କୁଲ, ଆସୁନାହାନ୍ତି ଶିକ୍ଷକ

ଫୁଲବାଣୀ : କେନ୍ଦ୍ର ସରକାରଠାରୁ ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତି ଲାଗି କେନ୍ଦ୍ର ସରକାରଙ୍କଠାରୁ ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଏବେବି ଏଭଳି କିଛି ସ୍କୁଲ ରହିଛି, କେଉଁଠି ଶିକ୍ଷକ ନାହାନ୍ତି ତ ଆଉ କେଉଁଠି ଉପଯୁକ୍ତ ଶିକ୍ଷକ ଥାଇ ମଧ୍ୟ ଛାତ୍ରଛାତ୍ରୀମାନେ ଶିକ୍ଷା ପାଇବାରୁ ବଞ୍ଚିତ ହେଉଛନ୍ତି । ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଖଜୁରୀ ପଡା ପ୍ରାଥମିକ ବିଦ୍ୟାଳୟରେ ।  ବିଦ୍ୟାଳୟଟି ଅବ୍ୟବସ୍ଥାରେ ଚାଲିଥିବାରୁ ଅଭିଭାବକ ମହଲ ରେ ଅସନ୍ତୋଷ ଦେଖାଦେଇଛି ।  ଦିନ ୧୧ ଟା ପର୍ଯ୍ୟନ୍ତ ମଧ୍ୟ ବିଦ୍ୟାଳୟକୁ କୌଣସି ଶିକ୍ଷକ ଶିକ୍ଷୟିତ୍ରୀ ଆସୁନାହାନ୍ତି। ଫଳରେ ଛାତ୍ରଛାତ୍ରୀମାନେ ବାହାରେ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରି ରହୁଛନ୍ତି।  ବିଦ୍ୟାଳୟ ର ସଭାପତି ହେମନ୍ତ କହଁର ଫିରିଙ୍ଗିଆ ଗୋଷ୍ଠୀ ଶିକ୍ଷା ଅଧିକାରୀ ବିନୋଦ ଦିଗାଲ ଙ୍କୁ ଭେଟି ଆଲୋଚନା କରିଥିଲେ ମଧ୍ୟ ବିଭାଗୀୟ ଅଧିକାରୀ କୌଣସି କଥା ଶୁଣି ନଥିବା ଅଭିଯୋଗ କରିଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories