www.samajalive.in
Thursday, December 11, 2025
16.1 C
Bhubaneswar

ବାରିପଦାରେ ସିରିଜ ଦୁର୍ଘଟଣାରେ ୪ ମୃତ, ୩ ଗୁରୁତର

ସମାଜ ଡିଜିଟାଲ ଡେସ୍କ: ବାରିପଦାରେ ଏକ ଟ୍ରକ ଶନିବାର ସିରିଜ ଦୁର୍ଘଟଣା ଘଟାଇବାରୁ ୪ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି।

ସୂଚନା ଅନୁସାରେ, ଟ୍ରକଟି ପ୍ରଥମେ ତିରିଂ ଥାନା ବଡ଼ ଡାଳିମା ଛକରେ ୩ ଜଣଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଥିଲେ। ଟ୍ରକଟି ସେଠାରୁ ଖସି ପଳାଇଥିଲା। ପରବର୍ତ୍ତୀ ସମୟରେ ପ୍ରାୟ ୧୫ କିଲୋମିଟର ଯିବା ପରେ ଟ୍ରକଟି ବହଳଦା ଥାନା ବାଗଡେଗାଠାରେ ଏକ ଅଟୋକୁ ପିଟିଥିଲା। ଫଳରେ ଅଟୋରେ ଥିବା ଏକ ଦମ୍ପତିଙ୍କ ସହିତ ଅଟୋ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିଲା। ଅଟୋରେ ଥିବା ଅନ୍ୟ ଜଣେ ବ୍ୟକ୍ତି ଆହତ ହୋଇଥିଲେ। ଦୁର୍ଘଟଣା ପରେ ଟ୍ରକଟି ରାସ୍ତା ତଳକୁ ଖସିପଡ଼ିଥିଲା। ସ୍ଥାନୀୟ ଲୋକେ ଟ୍ରକରେ ଥିବା ଜଣେ ବ୍ୟକ୍ତିଙ୍କୁ କାବୁ କରିଥିବାବେଳେ ଡ୍ରାଇଭର ଫେରାର ହୋଇଯାଇଥିବା ଜଣାପଡ଼ିଛି।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories