www.samajalive.in
Saturday, December 6, 2025
26.1 C
Bhubaneswar

ଅଜଣା ଗାଡି ଧକ୍କାରେ ଚାଲିଗଲା ଚାଷୀଙ୍କ ଜୀବନ

ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲା ବଣାଇ ଥାନା ୧୪୩ନଂ ଜାତୀୟ ରାଜପଥ ଧରଣୀଧରପାଲି ନିକଟରେ ଅଭାବନୀୟ ଘଟଣା ଘଟିଛି। ଅଜଣା ଗାଡି ଧକ୍କାରେ ଚାଷୀଙ୍କ ସହ ଦୁଇ ବଳଦଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମୃତକ କଂସାଳି ପାତ୍ର ବୋଲି ଜଣାପଡିଛି। ଆଜି ଭୋର୍ ୩ଟା କଂସାଳି ଦୁଇଟି ବଳଦଙ୍କୁ ନେଇ ହାଟକୁ ଯାଉଥିଲେ। ଏତିକିବେଳେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ ଗାଡି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ କଂସାଳି ଏବଂ  ଦୁଇ ବଳଦଙ୍କର ମୃତ୍ୟୁ ଘଟିଥିଲା। ପରେ ଖବର ପାଇ ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories