www.samajalive.in
Monday, December 8, 2025
24.1 C
Bhubaneswar

ତାମିଲନାଡୁରେ ଭୂସ୍ଖଳନ, ୫ ଶିଶୁ ସମେତ ପରିବାରର ୭ ମୃତ

ସମାଜ ଡିଜିଟାଲ ଡେସ୍କ: ତାମିଲନାଡୁରେ ପ୍ରବଳ ବର୍ଷା ଯୋଗୁ ଭୂସ୍ଖଳନ ଘଟି ୭ ଜଣଙ୍କ ମୃତ୍ୟୁ ହୋଇଛି। ତିରୁଭାନ୍ନାମାଲାଇ ଅଞ୍ଚଳର ଭିଓସି ନଗରରେ ରବିବାର ଅପରାହ୍ନରେ ଏହି ଦୁଃଖଦ ଘଟଣା ଘଟିଛି। ମୃତକଙ୍କ ମଧ୍ୟରେ ୫ ଶିଶୁ ରହିଛନ୍ତି। ଭୂସ୍ଖଳନରେ ପ୍ରାଣ ହରାଇଥିବା ସମସ୍ତ ବ୍ୟକ୍ତି ଗୋଟିଏ ପରିବାରର ବୋଲି ଜଣାପଡ଼ିଛି।

ବାତ୍ୟା ଫେଙ୍ଗାଲ ପ୍ରଭାବରେ ତାମିଲନାଡୁର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ବର୍ଷା ଯୋଗୁ ତିରୁଭାନ୍ନାମାଲାଇ ଅଞ୍ଚଳରେ ରବିବାର ଅପରାହ୍ନରେ ଭୂସ୍ଖଳନ ଘଟିଛି। ପାହାଡ଼ିଆ ଅଞ୍ଚଳରୁ ମାଟି ଅତଡ଼ା ଏବଂ ପଥର ଖଣ୍ଡ ଖସିଆସିବା ଫଳରେ ପାହାଡ଼ ପାଦଦେଶରେ ଥିବା ଏକ ଘର ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି। ଘର ଭିତରେ ଥିବା ୭ ଜଣଙ୍କର ପ୍ରାଣହାନୀ ଘଟିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଉକ୍ତ ଘରଟି ରାଜକୁମାର ଏବଂ ମୀନା ନାମକ ଏକ ଦମ୍ପତିଙ୍କର। ଘଟଣା ପରେ ପୁଲିସ ରାଜକୁମାରଙ୍କ ନମ୍ବରକୁ ଫୋନ ଯୋଗେ ଯୋଗାଯୋଗ କରିବାକୁ ଉଦ୍ୟମ କରିଥିଲା। କିନ୍ତୁ କେହି ଫୋନ ଉଠାଇ ନ ଥିଲେ। ସମସ୍ତେ ମାଟିତଳେ ଦବି ରହିଥିବା ପୁଲିସ ସନ୍ଦେହ କରିବା ସହିତ ତୁରନ୍ତ ସେଠାରେ ଉଦ୍ଧାର କାର୍ଯ୍ୟ କରାଯାଇଥିଲା।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories