www.samajalive.in
Wednesday, December 10, 2025
15.1 C
Bhubaneswar

ଜିଲା ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଉଦଯାପିତ

ଫୁଲବାଣୀ:ସ୍ଥାନୀୟ କରୋନେସନ୍ ପଡ଼ିଆରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଥିବା ଦୁଇଦିନିଆ ଜିଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଉଦ୍ୟାପିତ ହୋଇଯାଇଛି। ଏହି ଉଦ୍ଦେଶ୍ୟରେ ଆୟୋଜିତ ସାଧାରଣ ସଭାରେ ଫୁଲବାଣୀ ବିଧାୟକ ଉମାଚରଣ ମଲ୍ଲିକ ମୁଖ୍ୟ ଅତିଥି , ସମ୍ମାନୀତ ଅତିଥିଭାବେ ଜିଲ୍ଲା ମତ୍ସ୍ୟ ଅଧିକାରୀ ପ୍ରଫୁଲ୍ଲ କହଁର ଯୋଗଦେଇଥିବା ବେଳେ ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ, କନ୍ଧମାଳ ସଞ୍ଜୀବ କୁମାର ପଟେଲ ପ୍ରାରମ୍ଭିକ ଅଭିଭାଷଣ ପ୍ରଦାନ କରିଥିବା ବେଳେ ଉପଖଣ୍ଡ ପ୍ରାଣୀ ଚିକିତ୍ସା ଅଧିକାରୀ, ଡା.ପ୍ରଭାତ କୁମାର ମିଶ୍ର ଧନ୍ୟବାଦ ଅର୍ପଣ କରିଥିବାବେଳେ, ଜିଲା ତାଲିମ ସଂଯୋଜିକା ଡା.ଅଳକା ପଟ୍ଟନାୟକ ସଭା ପରିଚାଳନା କରିଥିଲେ।

ଉଦଘାଟନୀ ଉତ୍ସବର କନ୍ଧମାଳ ଜିଲାପାଳ ଅମ୍ରିତ୍ ଋତୁରାଜ , ଅତିରିକ୍ତ ଜିଲାପାଳ ଅଶୋକ କୁମାର ଭୋଇ , ଜଳଛାୟା ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର ପାତ୍ର , କୃଷି ବିଭାଗର ନିର୍ବାହୀ ଯନ୍ତ୍ରୀ ନରେନ୍ଦ୍ର କୁମାର ପାଣିଗ୍ରାହୀ , ଜିଲା ମୁଖ୍ୟ ପ୍ରାଣି ଚିକିତ୍ସା ଅଧିକାରୀ , ଓ ଜିଲା ମତ୍ସ୍ୟ ଅଧିକାରୀ ପ୍ରମୁଖ ଯୋଗଦେଇଥିଲେ। ଦୁଇଦିନ ଧରି ବିଭିନ୍ନ ଦିଗ ଉପରେ ଆଲୋଚନା ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ବହୁ ସଂଖ୍ୟାରେ ବିଶେଷଜ୍ଞ ମାନେ ଯୋଗଦେଇଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories