www.samajalive.in
Saturday, December 6, 2025
16.1 C
Bhubaneswar

୮ ଜିଲାରେ ହାଲୁକା ବର୍ଷା

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଆସନ୍ତା ୬ ପର୍ଯ୍ୟନ୍ତ କେତେକ ଜିଲାରେ ବର୍ଷା ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ ଗଞ୍ଜାମର ପାତ୍ରପୁରରେ ସର୍ବାଧିକ ୪୨.୪ ମି.ମି., ଚିକିଟିରେ ୨୭.୨ ମି.ମି., ଗଜପତି ଜିଲା ଗୋସାଣିରେ ୨୭ ମି.ମି., ଝାରସୁଗୁଡ଼ାର ଲଇକେରାରେ ୨୨.୪ ମି.ମି ବର୍ଷା ହୋଇଛି। ଆଜି କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ ଓ ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରିର କିଛି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି। ରାଜ୍ୟରେ ଶୀତ କମିଥିବାବେଳେ ଆସନ୍ତା ୪-୫ ଦିନ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଗତକାଲି ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ସବୁଠୁ କମ୍ ୧୨.୫ ଡିଗ୍ରୀ ରେକର୍ଡ଼ ହୋଇଥିଲା। ନୟାଗଡ଼ରେ ୧୪, ଭୁବନେଶ୍ବରରେ ୨୦.୬ ଏବଂ କଟକରେ ୧୯.୨ ଡିଗ୍ରୀ ତାପମାତ୍ରା ରେକର୍ଡ଼ ହୋଇଛି।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories