www.samajalive.in
Saturday, December 6, 2025
15.1 C
Bhubaneswar

ଆଜି ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ବର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠାରୁ ୫ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ୭ ତାରିଖ ପର୍ଯ୍ୟନ୍ତ ତାଙ୍କର ଏହି ଗସ୍ତକାଳରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ସୂଚନା ଅନୁଯାୟୀ, ଆଜି ସନ୍ଧ୍ୟାରେ ରାଷ୍ଟ୍ରପତି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ଭୁବନେଶ୍ବରରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ନୂଆ ପ୍ରତିମୂର୍ତ୍ତି ସେ ଅନାବରଣ କରିବେ। ଏଥିସହିତ ସେ ଆଦିମ ଓୱାର ଜରପା ଜାହେର ପରିଦର୍ଶନ କରିବେ। ୪ ତାରିଖରେ ରାଷ୍ଟ୍ରପତି ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ଦର୍ଶନ ଓ ପୂଜାର୍ଚ୍ଚନା କରିବେ। ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ମଧ୍ୟ ସେ ଯୋଗଦେବେ। ସେହିଦିନ ସେ ପୁରୀ ବ୍ଲୁ ଫ୍ଲାଗ ବେଳାଭୂମିରେ ନୌସେନା ଦିବସ ସମାରୋହ ଓ ସମର କୌଶଳ ପ୍ରଦର୍ଶନରେ ଯୋଗଦେବେ। ୫ ତାରିଖରେ ରାଷ୍ଟ୍ରପତି ଓଡ଼ିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ (ଓୟୁଏଟି)ର ୪୦ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ସେହିଦିନ ସେ ଭୁବନେଶ୍ବରରେ ନ୍ୟାୟିକ ଅଦାଲତର ନୂଆ ଅଟ୍ଟାଳିକାକୁ ଉଦ୍‌ଘାଟନ କରିବେ। ୬ ତାରିଖରେ ରାଷ୍ଟ୍ରପତି ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଉପରବେଡାଠାରେ ଛାତ୍ରଛାତ୍ରୀ ଓ ଗ୍ରାମବାସୀଙ୍କ ସହ ମତବିନିମୟ କରିବେ। ସେହିଦିନ ସେ ରାଇରଙ୍ଗପୁର ମହିଳା ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷୟିତ୍ରୀଙ୍କ ସହ କଥା ହେବେ। ୭ ତାରିଖରେ ରାଷ୍ଟ୍ରପତି ବାଙ୍ଗିରିପୋଷି-ଗୋରୁମହିଷାଣୀ, ବୁରମରା-ଚକୁଳିଆ ଏବଂ ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳ ଲାଇନ୍, ଆଦିବାସୀ ଗବେଷଣା ଓ ବିକାଶ କେନ୍ଦ୍ର, ରାଇରଙ୍ଗପୁର; ଦାଣ୍ଡବୋଷ ବିମାନ ବନ୍ଦର, ରାଇରଙ୍ଗପୁର ଏବଂ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟ ସମେତ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ/ଉଦଘାଟନ କରିବେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories