www.samajalive.in
Wednesday, December 10, 2025
15.1 C
Bhubaneswar

ପହଁଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଲୋକାର୍ପଣ କଲେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତି

ଡେସ୍କ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୫ ଦିନିଆ ଓଡିଶା ଗସ୍ତରେ ଆସି ମଙ୍ଗଳବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଂଚିଛନ୍ତି। ରାଷ୍ଟ୍ରପତି ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ସିଧା ଚନ୍ଦ୍ରଶେଖରପୁର ନୀଳାଦ୍ରି ବିହାର ଯାଇ ସେଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତି ଅନାବରଣ କରିଛନ୍ତି। ଶ୍ରୀମତୀ ମୁର୍ମୁ ସେଠାରେ କିଛି ସମୟ ପାର୍କରେ ବୁଲିବା ସହ ସମୟ ଅତିବାହିତ କରିଥିଲେ। ପରେ ରାଷ୍ଟ୍ରପତି ନିକଟସ୍ଥ ଆଦିବାସୀ ଦେବସ୍ଥାନ ଆଦିମ ଓୱାର ଜାର୍ପା ଜାହେର ପରିଦର୍ଶନ କରିଛନ୍ତି।

ଆଜି ରାଷ୍ଟ୍ରପତି ରାଜଭବନରେ ରାତ୍ରିଯାପନ କରିବେ। ଡିସେମ୍ବର ୪ ତାରିଖ ବୁଧବାର ଦିନ ରାଷ୍ଟ୍ରପତି ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପୁରୀରେ ପହଂଚିବା ପରେ ଶ୍ରୀଜଗନ୍ନାଥ ମନ୍ଦିରରେ ଦର୍ଶନ ଓ ପୂଜାର୍ଚ୍ଚନା କରିବେ। ପରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ଯୋଗଦେବେ। ସେହିଦିନ ସେ ପୁରୀ ବ୍ଲୁ ଫ୍ଲାଗ ବେଳାଭୂମିରେ ଅପରାହ୍ନରେ ନୌସେନା ଦିବସ ସମାରୋହ ଓ ସମର କୌଶଳ ପ୍ରଦର୍ଶନରେ ଯୋଗଦେବେ।

- Advertisement -

ଆସନ୍ତା ଡିସେମ୍ବର ୫ ତାରିଖରେ ରାଷ୍ଟ୍ରପତି ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ, ଭୁବନେଶ୍ୱରର ୪୦ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ସେହିଦିନ ସେ ଭୁବନେଶ୍ୱରରେ ନ୍ୟାୟିକ ଅଦାଲତର ନୂଆ ଅଟ୍ଟାଳିକାକୁ ଉଦଘାଟନ କରିବେ।

ଡିସେମ୍ବର ୬ ତାରିଖରେ ରାଷ୍ଟ୍ରପତି ଉପରବେଡାଠାରେ ଛାତ୍ରଛାତ୍ରୀ ଓ ଗ୍ରାମବାସୀଙ୍କ ସହ ମତବିନିମୟ କରିବେ। ସେହିଦିନ ରାଇରଙ୍ଗପୁରଠାରେ ସେ ରାଇରଙ୍ଗପୁର ମହିଳା ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷୟିତ୍ରୀମାନଙ୍କ ସହ କଥା ହେବେ।

ଡିସେମ୍ବର ୭ ତାରିଖରେ ରାଷ୍ଟ୍ରପତି ବାଙ୍ଗିରିପୋଷି-ଗୋରୁମହିଷାଣୀ, ବୁରମରା-ଚକୁଳିଆ; ଏବଂ ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳ ଲାଇନ୍; ଆଦିବାସୀ ଗବେଷଣା ଓ ବିକାଶ କେନ୍ଦ୍ର, ରାଇରଙ୍ଗପୁର; ଦାଣ୍ଡବୋଷ ବିମାନ ବନ୍ଦର, ରାଇରଙ୍ଗପୁର ଏବଂ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟ ସମେତ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ/ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories