www.samajalive.in
Friday, December 5, 2025
26.1 C
Bhubaneswar

ବିଦ୍ୟୁତ ଆଘାତରେ କଲରାପତରିଆ ବାଘର ମୃତ୍ୟୁ

ଖଣ୍ଡପଡ଼ା : ଖଣ୍ଡପଡ଼ା ବନାଞ୍ଚଳ ସିଂଘାପଡ଼ା ସେକ୍ସନ ଅଧୀନ ବୁଢ଼ିଝାରୀ ସଂରକ୍ଷିତ ଜଙ୍ଗଲ ନିକଟରେ ବାର୍‌ହା ଶିକାର ଉଦ୍ଦେଶ୍ୟରେ ବିଛା ଯାଇଥିବା ବିଦ୍ୟୁତ୍‌ ତାର ସ୍ପର୍ଶରେ ଆସି ଏକ କଲରାପତରିଆ ବାଘର ମୃତ୍ୟୁ ଘଟିଛି। ମଙ୍ଗଳବାର ସକାଳୁ ଜଙ୍ଗଲକୁ କାଠ ସଂଗ୍ରହ ପାଇଁ ଯାଇଥିବା ଲୋକେ ଏହା ଦେଖି ବନ ବିଭାଗକୁ ଖବର ଦେଇଥିଲେ। ଖଣ୍ଡପଡ଼ା ବନାଞ୍ଚଳ ଅଧିକାରୀ ଉଦିତ୍‌ କୁମାର ପ୍ରଧାନ, ବନପାଳ ସନାତନ ସ୍ୱାଇଁ, କୈଳାସ ପ୍ରଧାନଙ୍କ ସମେତ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଘଟଣାସ୍ଥଳରେ ପହଞ୍ଚି ବାଘର ମୃତଦେହ ଜବତ କରିଛନ୍ତି। ବିଦ୍ୟୁତ୍‌ ତାର ଯୋଗୁଁ କଲରାପତରିଆ ବାଘର ମୃତ୍ୟୁ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ବନବିଭାଗ କର୍ତ୍ତୃପକ୍ଷ ପ୍ରକାଶ କରିଛନ୍ତି। ମୃତ ବାଘର ମାଂସ ଭୁବନେଶ୍ୱରସ୍ଥିତ ପରୀକ୍ଷାଗାରକୁ ପଠାଯିବ ବୋଲି ଖଣ୍ଡପଡ଼ା ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି। ଏହି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଦାବି ହେଉଛି।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories