www.samajalive.in
Tuesday, December 9, 2025
17.1 C
Bhubaneswar

ବଡଦାଣ୍ଡରୁ ଚାଲି ଚାଲି ଯାଇ ଜଗା ଦର୍ଶନ କଲେ ମହାମହିମ ରାଷ୍ଟ୍ରପତି

ପୁରୀ : ପୁରୀରେ ମହାମହିମ। ଆଜି ପୁରୀ ଯାଇ ଜଗା ଦର୍ଶନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସକାଳେ ଭୁବନେଶ୍ଵରରୁ ବାହାରି ପୁରୀରେ ସମଙ୍ଗ ହେଲିପ୍ୟାଡରେ ପହଞ୍ଚିଥିଲେ ରାଷ୍ଟ୍ରପତି। ସେଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ , ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ରାଜ୍ୟପାଳ, ନୌସେନାର ବରିଷ୍ଠ ଅଧିକାରୀ , ମୁଖ୍ୟ ଶାସନ ସଚିବ, ପୁରୀ ଜିଲ୍ଲାପାଳ ଏବଂ ଗଜପତି ଦିବ୍ୟସିଂହଦେବ ତାଙ୍କୁ ସ୍ଵାଗତ କରିଥିଲେ। ପରେ ବଡ଼ଦାଣ୍ଡରେ ପହଞ୍ଚି ଚାଲିଚାଲି ଶ୍ରୀମନ୍ଦିର ଯାଇଥିଲେ ଏବଂ  ଶ୍ରୀଜିଉଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ। ରାଜ୍ୟ ଓ ଦେଶର ମଙ୍ଗଳ କାମନା ପାଇଁ ପ୍ରାର୍ଥନା କରିଛନ୍ତି ରାଷ୍ଟ୍ରପତି। ମହାମହିମଙ୍କ ଦର୍ଶନ ସମୟରେ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିଥିଲା। ସେପଟେ ରାଷ୍ଟ୍ରପତିଙ୍କ ଗସ୍ତକୁ ଆଖି ଆଗରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

 

- Advertisement -

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories