ଏସବୁ ରାଶିଙ୍କ ପାଇଁ ଆଜି ମିଳିବ ସଫଳତା,ଘାତଚନ୍ଦ୍ର ଯୋଗୁଁ ସତର୍କରେ ଚଳିବାକୁ ପଡ଼ିବ
ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶୁକ୍ରବାର?
ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଧାର୍ମିକ କାମରେ ବ୍ୟୟ ବୃଦ୍ଧି ଘଟିପାରେ।
ବୃଷ: ପରିଶ୍ରମ ଅଧିକ ଓ କଷ୍ଟଦାୟକ ହୋଇପାରେ; ମାତ୍ର ତା’ର ମୂଲ୍ୟ ମିଳିବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିଲେ ବି ପରେ ସୁଧାର ଆସିବ। ନିଷ୍ଠୁର ମନୋଭାବର ହେବା ଆଶା କରାଯାଏ।
ମିଥୁନ: ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଧର୍ମକର୍ମ ସମ୍ପାଦନ କରିପାରନ୍ତି। ଦେବ ଦର୍ଶନରେ ଶାନ୍ତି ମିଳିବ। ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି। କୃଷି କ୍ଷେତକୁ ତ୍ବରାନ୍ବିତ କରିବେ। ବାସସ୍ଥାନ ଉତ୍ତମମାନର ହେବ।
କର୍କଟ: ତ୍ୟାଗପୂତ ମନୋବୃତ୍ତିର ହୋଇପାରନ୍ତି। ମତିମାନ୍ ହେବେ। ବିଭିନ୍ନ ଉପାୟରେ ଧନ ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ଅତିସୁଖୀ ହେବେ। ଘାତଚନ୍ଦ୍ର ଯୋଗୁଁ ସତର୍କରେ ଚଳିବାକୁ ପଡ଼ିବ।
ସିଂହ: ଆୟ ଯଥେଷ୍ଟ ପରିମାଣର ହେବ। ସରକାରୀ ବା ବନ୍ଧୁ ସହାୟତାରେ ଲାଭବାନ୍ ହେବେ। ଆଶାବାଦୀ ହେବେ। ସୁସ୍ଥ ଓ ନିରାମୟ ରହିବେ। ସୁଷମ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ସୁଖ ମିଳିବ।
କନ୍ୟା: ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜିପାରନ୍ତି। କାର୍ଯ୍ୟ ସହଜ ସୁଲଭ ହେବ। କଷ୍ଟଦାୟକ, କେବଳ ମଧୁର କଥା ଓ ଭଦ୍ରୋଚିତ ବ୍ୟବହାର ଯୋଗୁଁ ପରକୁ ଆପଣାର କରିବେ।
ତୁଳା: ଜ୍ଞାନ ପିପାସୁ ହୋଇପାରନ୍ତି। ସଦାସର୍ବଦା ସତ୍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଏପରିକି ସରକାରୀ ସ୍ତରରୁ ଅର୍ଥ ସହିତ ସମ୍ମାନ ପ୍ରାପ୍ତିର ସୂଚନା ମିଳୁଛି। କରିତ୍କର୍ମା ହେବେ।
ବିଛା: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେବ। ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରିପାରନ୍ତି। ସାଧନା ଫଳବତୀ ହେବ। ସରକାରୀ ସ୍ତରରୁ ଲାଭ ପ୍ରାପ୍ତ ହେବେ।
ଧନୁ: କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଅଧିକ କ୍ଷମତା ହାସଲ କରି ତା’ର ସଦ୍ ବ୍ୟବହାର କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ମକର: ଅର୍ଥ ଚିନ୍ତାରେ ବ୍ୟତିବ୍ୟସ୍ତ ହୋଇପାରନ୍ତି। ପ୍ରତିହିଂସା ପରାୟଣ ହେବେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଶୁଭ କାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।
କୁମ୍ଭ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭଦାୟକ ହେବ। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ରୁଚିକର ଭୋଜନରେ ଆପ୍ୟାୟିତ ହୋଇ ଆନନ୍ଦ ଅନୁଭବ କରିବେ। ନିଜ ମତରେ ଦୃଢ଼ ରହିବେ।
ମୀନ: ଭାଇ, ବନ୍ଧୁ, ଜ୍ଞାତି, କୁଟୁମ୍ବଙ୍କ ସହାୟତା ପାଇ ଶତ୍ରୁ ବିନାଶ କରିବେ ଓ ମାନସିକ ଶାନ୍ତି ଫେରିପାଇବେ। ଋଣ ପରିଶୋଧ କରି ଆଶ୍ବସ୍ତ ହେବେ। କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ସମ୍ମାନିତ ହେବେ।
Comments are closed.