www.samajalive.in
Friday, December 12, 2025
23.1 C
Bhubaneswar

ଅଜଣା ଯୁବକଙ୍କ ମୃତ୍ୟୁ

କଲ୍ୟାଣସିଂହପୁର: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ଅଜଣା ଯୁବକଙ୍କ ମୃତ୍ୟୁ ଘଟିଛି। ଗୁରୁବାର ଦିନ ରହିତ ଗନ୍ତାୟତ ନାମକ ବ୍ୟକ୍ତି ଜଣେ ଅଜଣା ଯୁବକ ଅସୁସ୍ଥ ହୋଇଥିବାରୁ ତାକୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ତାଙ୍କର ମୃତ୍ୟୁ ଘଟିଛି। ଯୁବକଙ୍କ ପରିଚୟ ନ ମିଳିବାରୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସ୍ଥାନୀୟ ପୁଲିସକୁ ସୂଚନା ଦିଆଯାଇଥିଲା। ସ୍ୱାସ୍ଥ୍ୟ କେନ୍ଦ୍ରରେ ଥାନା ଏସଆଇ ଶିବ ପ୍ରସାଦ ସାହୁ ପରିଚୟ ପାଇବା ପାଇଁ ମୃତ ବ୍ୟକ୍ତିଙ୍କ ଫଟୋ ଉତ୍ତୋଳନ କରି ବିଭିନ୍ନ ଥାନା ଓ ବିଭିନ୍ନ ଗ୍ରୁପକୁ ପଠାଇଛନ୍ତି। ଯୁବକର ପରିଚୟ ମିଳିଲେ ମୃତଦେହ ପରିବାରକୁ ହସ୍ତାନ୍ତର କରାଯିବ। ନଚେତ ରାୟଗଡ଼ା ଶବ ଗୃହରେ କିଛି ଦିନ ରଖି ଶବ ସତ୍କାର କରାଯିବ ବୋଲି ପୁଲିସ କହିଛି। ଖବର ଲେଖା ହେବା ସୁଦ୍ଧା ମୃତ ବ୍ୟକ୍ତିଙ୍କ କୌଣସି ପରିଚୟ ମିଳିପାରିନାହିଁ।

Hot this week

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

Related Articles

Popular Categories