www.samajalive.in
Wednesday, December 10, 2025
14.1 C
Bhubaneswar

ଯକ୍ଷ୍ମା ଜନିତ ମୃତ୍ୟୁର ମୁକାବିଲା ପାଇଁ ଆରମ୍ଭ ହେବ ୧୦୦ ଦିନିଆ ଅଭିଯାନ

ଡେସ୍କ: ଦେଶରୁ ଯକ୍ଷ୍ମାକୁ ମୂଳପୋଛ କରିବାକୁ ଆସନ୍ତାକାଲି (ଡିସେମ୍ବର ୭) କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ୧୦୦ ଦିନିଆ ଯକ୍ଷ୍ମା ଦୂରୀକରଣ ଅଭିଯାନ ଆରମ୍ଭ କରିବାକୁ ଯାଉଛି। ହରିୟାଣାର ପଞ୍ଚକୁଲାରେ ହରିୟାଣାର ମୁଖ୍ୟମନ୍ତ୍ରୀ ନାଏବ ସିଂହ ସୈନି ଓ ହରିୟାଣାର ସ୍ୱାସ୍ଥ୍ୟମନ୍ତ୍ରୀ ଆରତୀ ସିଂହଙ୍କ ଉପସ୍ଥିତିରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ଜଗତ ପ୍ରକାଶ ନଡ୍ଡା ଏହି ଅଭିଯାନର ଶୁଭାରମ୍ଭ କରିବେ।

ଏହି କାର୍ଯ୍ୟକ୍ରମରେ ଅନ୍ୟ ସରକାରୀ ଅଧିକାରୀ, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଅଧିକାରୀ, ହରିୟାଣା ସରକାରଙ୍କ ଅଧିକାରୀ ଓ ନାଗରିକ ମଞ୍ଚର ପ୍ରତିନିଧିମାନେ ମଧ୍ୟ ଯୋଗ ଦେବେ। ୩୩ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ୩୪୭ଟି ଜିଲ୍ଲାରେ କାର୍ଯ୍ୟକାରୀ ହେବାକୁ ଥିବା ଏହି ଅଭିଯାନ ଯକ୍ଷ୍ମା ଅଧିକ ହେବାର ଆଶଙ୍କା ଥିବା ବର୍ଗଙ୍କ ମଧ୍ୟରେ ତୁରନ୍ତ ରୋଗୀ ଚିହ୍ନଟ କରିବା, ନିଦାନରେ ହେଉଥିବା ବିଳମ୍ୱ ହ୍ରାସ କରିବା ଓ ଚିକିତ୍ସାରେ ଉନ୍ନତି ଆଣିବ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories