www.samajalive.in
Monday, December 8, 2025
24.1 C
Bhubaneswar

ନୂଆ ପରୀକ୍ଷା ବିଲ୍, ଧରାପଡିଲେ କୋଟିଏ ଜରିମାନା

ଭୁବନେଶ୍ୱର : ବିଧାନସଭାରେ ଶୁକ୍ରବାର ଓଡ଼ିଶା ସାର୍ବଜନୀନ ପରୀକ୍ଷା ବିଲ୍-୨୦୨୪ ପାରିତ ହୋଇଛି । ପରୀକ୍ଷାରେ ଅନିୟମିତତା ସହ ତ୍ରୁଟି ରୋକିବାକୁ ରାଜ୍ୟ ସରକାର ଏହି ବିଲ୍ ଆଣିଛନ୍ତି। ନୂଆ ବିଲରେ କଠୋର ଦଣ୍ଡବିଧାନ ସହ ଜରିମାନା ବ୍ୟବସ୍ଥା ରହିଛି। ଅଧିନିୟମ ଅଧିନରେ ସମସ୍ତ ଅପରାଧ ଜାମିନ ବିହୀନ ଏବଂ ଏଥିରେ କିଛି ବି ବୁଝାମଣା କରାଯିବନି ବୋଲି ସ୍ପଷ୍ଟ ରହିଛି।

ବ୍ୟକ୍ତିଗତ ଭାବେ ଅପରାଧ ପ୍ରମାଣିତ ହେଲେ ୩ରୁ ୫ ବର୍ଷ ଜେଲ୍ ସହ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡିବ । ଜରିମାନା ନଦେଲେ ଆଇନ ଅନୁସାରେ ଅଧିକ ଜେଲ୍ ଦଣ୍ଡ ଭୋଗିବାକୁ ପଡିବ । ସେବା ଯୋଗାଣକାରୀ ସଂସ୍ଥା ଗଫଲତି କଲେ ୧ କୋଟି ଜରିମାନା ଭରିବାକୁ ହେବ । ଏହା ସହ ସେବା ଯୋଗାଣକାରୀ ସଂସ୍ଥାଠାରୁ ପରୀକ୍ଷା ଖର୍ଚ୍ଚ ଆଦାୟ କରାଯିବା ସହ ସମ୍ପୃକ୍ତ ସଂସ୍ଥାକୁ ୪ ବର୍ଷ ପର୍ଯ୍ୟନ୍ତ ପରୀକ୍ଷା ସଂଚାଳନ ଦାୟିତ୍ବ ଦିଆଯିବନି ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories