www.samajalive.in
Sunday, December 7, 2025
26.1 C
Bhubaneswar

ଅଷ୍ଚାଦଶ ପ୍ରବାସୀ ଭାରତୀୟ ଦିବସ ପାଇଁ ସମୀକ୍ଷା ବୈଠକ

ଡେସ୍କ: ୨୦୨୫ ଜାନୁଆରୀ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଅନୁଷ୍ଠିତ ହେବାକୁ ଯାଉଛି ଅଷ୍ଚାଦଶ ପ୍ରବାସୀ ଭାରତୀୟ ଦିବସ। ଏହି ଦିବସକୁ ଶୃଙ୍ଖଳିତ ତଥା ସୁଚାରୁରୂପେ ଆୟୋଜନ ପ୍ରସ୍ତୁତି ସଂପର୍କରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଡିଜିପି କ୍ୟାମ୍ପ କାର୍ଯ୍ୟାଳୟଠାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଏହି ତ୍ରିଦିବସୀୟ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ପୋଲିସ ବିଭାଗର ପ୍ରସ୍ତୁତି ସଂପର୍କରେ ବିଶଦ ଭାବେ ଆଲୋଚନା କରାଯାଇଥିଲା।

ଏହି ସମ୍ମିଳନୀରେ କେନ୍ଦ୍ର ସରକାରଙ୍କ ବରିଷ୍ଠ ମନ୍ତ୍ରୀ, ଅତିଥି, ପ୍ରବାସୀ ଭାରତୀୟ ଏବଂ ବୈଦେଶିକ ବ୍ୟାପାର ବିଭାଗ ଅଧିକାରୀମାନଙ୍କ ସହ ବହୁ ଗୁରୁତ୍ୱପୂର୍ଣ୍ଣ ବ୍ୟକ୍ତିବିଶେଷ ଯୋଗ ଦେବେ। ଏହାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ଆୟୋଜନ କରିବାକୁ ଡିଜିପି ଶ୍ରୀ ଖୁରାନିଆ ନିର୍ଦ୍ଦେଶ ଦେଇଛନ୍ତି। ଭିଭିଆଇପିଙ୍କ ନିମନ୍ତେ ସୁରକ୍ଷା ବ୍ୟବସ୍ଥା, ଜନତା ମଇଦାନ ଠାରେ କାର୍ଯ୍ୟକ୍ରମ ସ୍ଥଳରେ ଭି.ଭି.ଆଇ.ପି, ଅତିଥି, ପ୍ରବାସୀ ଭାରତୀୟ, ସ୍ଥାନୀୟ ଦର୍ଶକମାନଙ୍କ ବସିବା ବ୍ୟବସ୍ଥା, ଯାନବାହାନ ପାର୍କିଂ ସ୍ଥଳ, ଉତ୍ସବ ସ୍ଥଳରେ ସୁରକ୍ଷା ବ୍ୟବସ୍ଥା ସହ ଆନୁଷଙ୍ଗିକ ପ୍ରସ୍ତୁତି ସଂପର୍କରେ ବିସ୍ତୃତ ଭାବେ ସମୀକ୍ଷା କରିଥିଲେ। ଏହି ପରିପ୍ରେକ୍ଷୀରେ ବିଭିନ୍ନ ହୋଟେଲରେ ଅତିଥିଙ୍କ ସୁରକ୍ଷିତ ରହଣି ପାଇଁ ସମସ୍ତ ପଦକ୍ଷେପ ନେବାକୁ ଡିଜିପି ନିର୍ଦେଶ ଦେଇଛନ୍ତି। ଏହା ସହ ପ୍ରବାସୀ ଭାରତୀୟ ମାନେ ଓଡ଼ିଶାର ବିଭିନ୍ନ ଦର୍ଶନୀୟ ସ୍ଥାନ ପରିଦର୍ଶନ ପାଇଁ ଯିବାକୁ ଥିବାରୁ ଭୁବନେଶ୍ୱର, କଟକ ଓ ପୁରୀ ଆଦିରେ ସୁରକ୍ଷା ବ୍ୟବସ୍ଥା ବଢାଇବା ସଂକ୍ରାନ୍ତରେ ଡିଜିପି ଗୁରୁତ୍ୱାରୋପ କରିଥିଲେ। ଏହା ସହ ରାଜଧାନୀ ଭୁବନେଶ୍ୱର ସମେତ କଟକ, ପୁରୀ, କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ଥିବା ହୋଟେଲ ଗୁଡିକର କଡାକଡ଼ି ଯାଞ୍ଚ କରିବାକୁ ମଧ୍ୟ ଡିଜିପି ନିର୍ଦେଶ ଦେଇଛନ୍ତି। ନିୟମିତ ବ୍ୟବଧାନରେ ହୋଟେଲ ଗୁଡିକର ଯାଞ୍ଚ, ଅତିଥିଙ୍କ ସମ୍ପୂର୍ଣ୍ଣ ବିବରଣୀ ସମ୍ପର୍କରେ ସମସ୍ତ ତଥ୍ୟ ପୋଲିସ ନିକଟରେ ରହିବା ଆବଶ୍ୟକ ଏବଂ ଏହାର ସଠିକ ତଦାରଖ କରିବାକୁ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦେଶ ଦେଇଥିଲେ। ଏହା ସହ ସହରଗୁଡିକରେ ସିସିଟିଭି ବ୍ୟବସ୍ଥାର ସୁପରିଚାଳନା, ଟ୍ରାଫିକ ବନ୍ଦୋବସ୍ତକୁ ଶୃଙ୍ଖଳିତ କରିବା ଉପରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା।

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories