www.samajalive.in
Tuesday, December 9, 2025
16.1 C
Bhubaneswar

ଦେଖନ୍ତୁ ଭିଡିଓ: କାନାଡ଼ାରେ ଭାରତୀୟ ବଂଶୋଦ୍ଭବଙ୍କୁ ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ

ସମାଜ ଡିଜିଟାଲ ଡେସ୍କ: କାନାଡ଼ାରେ ଭାରତୀୟ ବଂଶୋଦ୍ଭବଙ୍କୁ ହତ୍ୟା କରାଯାଇଛି। ଜଣେ ୨୦ ବର୍ଷୀୟ ଯୁବକଙ୍କୁ ଦୁର୍ବୃତ୍ତମାନେ ଗୁଳିକରି ହତ୍ୟା କରିଛନ୍ତି। ସପ୍ତାହକ ମଧ୍ୟରେ ଏହା ୨ୟ ଘଟଣା। ଏହି ଘଟଣାରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କ ମଧ୍ୟରୁ ଏଡମଣ୍ଟନ ପୁଲିସ ୨ ଜଣଙ୍କୁ ଗିରଫ କରିଛି। ହତ୍ୟାର ଶିକାର ଯୁବକ ଜଣକ ହେଲେ ହର୍ଶନଦୀପ ସିଂହ। ସେ ସିକ୍ୟୁରିଟି ଗାର୍ଡ ଭାବେ କାର୍ଯ୍ୟ କରୁଥିଲେ। ଏହି ଘଟଣାର ସିସିଟିଭି ଫୁଟେଜ ସମ୍ବଳିତ ଭିଡିଓ ସାମାଜିକ ଗଣମାଧ୍ୟମରେ ପ୍ରଘଟ ହେବାରେ ଲାଗିଛି।

ସିସିଟିଭି ଫୁଟେଜରେ ଦେଖିବାକୁ ମିଳିଛି ଯେ, ହର୍ଶନଦୀପ ଶିଡିରେ ଚଢ଼ି ଆସୁଥିବାବେଳେ ଜଣେ ଯୁବକ ତାଙ୍କୁ ଠେଲି ଦେଉଛନ୍ତି। ସେ ତଳକୁ ଖସି ଯାଉଥିବା ସମୟରେ ପଛପଟୁ ଅନ୍ୟ ଜଣେ ଯୁବକ ତାଙ୍କୁ ଗୁଳି କରିଛନ୍ତି। ସେହିଠାରେ ହିଁ ହର୍ଶନଦୀପଙ୍କ ମୃତ୍ୟୁ ଘଟିଛି। ଖବର ପାଇ ପୁଲିସ ମୃତଦେହ ଜବତ କରିବା ସହିତ ତଦନ୍ତ କରିଥିଲା।

- Advertisement -

Hot this week

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

Related Articles

Popular Categories