www.samajalive.in
Sunday, December 7, 2025
13.1 C
Bhubaneswar

ମଙ୍ଗଳବାର ଛତିଶା ନିଯୋଗ ବୈଠକ : ରତ୍ନଭଣ୍ଡାର ମରାମତି, ଶୃଙ୍ଖଳିତ ଦର୍ଶନ ନେଇ ହୋଇପାରେ ଆଲୋଚନା

ପୁରୀ : ଆସନ୍ତା ୧୦ ତାରିଖ ଅର୍ଥାତ ମଙ୍ଗଳବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଛତିଶାନିଯୋଗ ବୈଠକ ଅନୁଷ୍ଠିତ ହେବ।  ଏଥିରେ ରତ୍ନଭଣ୍ଡାର ମରାମତି ସମ୍ପର୍କରେ ଆଲୋଚନା ହୋଇପାରେ। ଏହାସହ ଶ୍ରୀମନ୍ଦିରରେ ପୂଜା ନୀତି ଏବଂ ଅନ୍ୟାନ୍ୟ କାର୍ଯ୍ୟକ୍ରମ କିଭଳି ସହଳ କରାଯାଇ ପାରିବ ସେନେଇ ଆଲୋଚନା ହୋଇ ପରେ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହେବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଛତିଶା ନିଯୋଗର ଏହି ଗୁରୁତ୍ବପୂର୍ଣ୍ଣ ବୈଠକ ହେବ। ଆସନ୍ତା ୧୬ରୁ ଆରମ୍ଭ ହେବାକୁ ଥିବା ଶ୍ରୀଜୀଉଙ୍କ ପହିଲି ଭୋଗ ନୀତି ନିର୍ଘଣ୍ଟ,  ଜାନୁଆରୀ ୧୩ରେ ଶ୍ରୀମନ୍ଦିରରେ ଦେବାଭିଷେକ ପୂର୍ଣ୍ଣିମା ଏବଂ ୧୪ରେ ମକର ସଂକ୍ରାନ୍ତି ହେବ। ଏ ସଂକ୍ରାନ୍ତ ନୀତି ନିର୍ଘଣ୍ଟ ଉପରେ ଆଲୋଚନା କରାଯିବ ବୋଲି ଜଣାପଡ଼ିଛି। ରତ୍ନଭଣ୍ଡାର ମରାମତି ସମୟରେ ମହାପ୍ରଭୁଙ୍କ ନୀତିକାନ୍ତି ଏବଂ ଶ୍ରଦ୍ଧାଳୁଙ୍କ ଦର୍ଶନରେ ଯେଭଳି ଅସୁବିଧା ନହେବ ସେନେଇ ଆଲୋଚନା ହେବ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories