www.samajalive.in
Tuesday, December 9, 2025
15.1 C
Bhubaneswar

ରାଜ୍ୟସଭା ପାଇଁ ନାମାଙ୍କନ ଭରିବେ ସୁଜିତ୍ କୁମାର

ଭୁବନେଶ୍ଵର: ରାଜ୍ୟସଭା ପାଇଁ ନାମାଙ୍କନ ଭରିବେ ସୁଜିତ୍ କୁମାର।  ବିଧାନସଭାରେ ଆଜି ନାମାଙ୍କନ ଦାଖଲ କରିବେ। ବିଜେପିରୁ ରାଜ୍ୟସଭା ପ୍ରାର୍ଥୀ ଭାବେ ସେ ନାମାଙ୍କନ ଭରିବେ। ବିଜେଡିର ରାଜ୍ୟସଭା ସାଂସଦ ଥିବା ସୁଜିତ୍ କୁମାର ସେପ୍ଟେମ୍ବର ୬ ତାରିଖରେ ବିଜେଡିରୁ ଇସ୍ତଫା ଦେଇଥିଲେ। ଏବଂ ପରେ ସେ ବିଜେପିରେ ସାମିଲ ହୋଇଥିଲେ। ନାମାଙ୍କନ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ଉପସ୍ଥିତ ରହିବେ। ସୁଜିତଙ୍କର କାର୍ଯ୍ୟକାଳ ୨୦୨୬ ଏପ୍ରିଲ ୨ ତାରିଖରେ ଶେଷ ହେବ । ପୂର୍ବରୁ ମମତା ମହନ୍ତ ମଧ୍ୟ ବିଜେଡି ଛାଡି ବିଜେପି ଆସିବା ପରେ ପୁଣି ତାଙ୍କୁ ଦଳ ରାଜ୍ୟସଭା ପଠାଇଥିଲା। ସେହି ସମାନ ପନ୍ଥା ଭାବେ ସୁଜିତ୍ ଙ୍କୁ ପୁଣି ବିଜେପି ରାଜ୍ୟସଭା ପଠାଇବାକୁ ଯୋଜନା କରିଛି। ମଙ୍ଗଳବାର ନାମାଙ୍କନ ଦାଖଲର ଶେଷ ତାରିଖ ଥିବାବେଳେ ୨୦ ତାରିଖରେ ରାଜ୍ୟସଭା ପାଇଁ ନିର୍ବାଚନ ଅନୁଷ୍ଠିତ ହେବା ନେଇ ସୂଚନା ରହିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories