www.samajalive.in
Sunday, December 14, 2025
26.1 C
Bhubaneswar

ପିକଅପ୍ ଭ୍ୟାନ୍-ବାଇକ୍ ଧକ୍କା, ଜଣେ ମୃତ

ବଲାଙ୍ଗୀର : ବଲାଙ୍ଗୀର ଜିଲ୍ଲା ତୁଷୁରା ଥାନା ଅନ୍ତର୍ଗତ ଗୁଡ଼ଭେଳା-ଧାନଘରା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା। ରବିବାର ରାତିରେ ଏକ ପିକଅପ ଗାଡି ବାଇକକୁ ଧକ୍କା ଦେଇଛି। ଫଳରେ ଘଟଣାସ୍ଥଳରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମୃତକ ବାଇକ୍ ଚାଳକ ଜଣକ ଗାଡି ମେକାନିକ ଭାବରେ କାମ କରନ୍ତି। ରବିବାର ରାତିରେ ସେ କାମ ସାରି ଘରକୁ ଫେରୁଥିବାବେଳେ ଦ୍ରୁତ ଗତିରେ ଆସୁଥିବା ଏକ ପିକଅପ୍ ଗାଡି ତାଙ୍କୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକ ତାଙ୍କୁ ଉଦ୍ଧାର କରି ବଲାଙ୍ଗୀର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।  ମୃତ ବ୍ୟକ୍ତିଙ୍କ ପରିବାରକୁ ଆର୍ଥିକ ସହାୟତା ଯୋଗାଇ ଦେବାକୁ ସାଧାରଣରେ ଦାବୀ ହୋଇଛି।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories