www.samajalive.in
Monday, December 8, 2025
24.1 C
Bhubaneswar

ବ୍ୟାଟେରୀ ଗାଡିରୁ ନିଆଁ ଲାଗି ଜଳିଗଲା ୪ ଗାଡି

ସୁନ୍ଦରଗଡ : ବ୍ୟାଟେରୀ ଗାଡିରୁ ନିଆଁ ଲାଗି ଜଳିଗଲା ୪ ଗାଡି । ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ରାସ୍ତାରେ ଜଣଙ୍କ ଘରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ବ୍ୟାଟେରୀ ଚାଳିତ ସ୍କୁଟରକୁ ଚାର୍ଜରେ ବସାଇଥିବାବେଳେ ନିଆଁ ଲାଗିଯାଇଥିଲା ସ୍କୁଟରରୁ ନିଆଁ ଲାଗି ପାଖରେ ଥିବା ଏକ  ବାଇକ ଏବଂ ୩ଟି  ସ୍କୁଟି ସହ ସାଇକେଲ ଜଳି ପୋଡି ପାଉଁଶ ହୋଇଯାଇଛି। ଧିରେ ଧିରେ ନିଆଁ ଘର ଭିତରକୁ ବ୍ୟାପୁଥିବା ଦେଖି ସ୍ଥାନୀୟ ଲୋକ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମକର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡରେ କାହାରି କୌଣସି ପ୍ରାଣହାନୀ ନହୋଇଥିଲେ ମଧ୍ୟ ଏକ ବଡ ଅଘଟଣରୁ ପରିବାର ଲୋକ ବର୍ତ୍ତି ଯାଇଛନ୍ତି।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories