www.samajalive.in
Sunday, December 14, 2025
26.1 C
Bhubaneswar

ଏସସିବିରେ ଚାକିରି କରାଇଦେବା ନାଁରେ ୧୦ ଲକ୍ଷ ଲୁଟ୍‌

ସମାଜ ଡିଜିଟାଲ ଡେସ୍କ: କଟକ ଏସସିବିରେ ବିଭିନ୍ନ ଏଜେନ୍ସିରେ ଚାକିରି କରାଇ ଦେବାକୁ ପ୍ରତିଶ୍ରୁତି ଦେଇ ୨୦ରୁ ୨୫ ଜଣ ଆଶାୟୀ ପ୍ରାର୍ଥୀଙ୍କଠାରୁ ୧୦ ଲକ୍ଷ ୫୦ ହଜାର ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ନକଲି ନିଯୁକ୍ତି ପତ୍ର ଦେବା ଅଭିଯୋଗରେ ଏକ ନକଲି କନସଲଟାନ୍ସିର ଦୁଇ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଛି। ଦୁଇ ଅଭିଯୁକ୍ତ ହେଉଛନ୍ତି ଦୁଇ ଭାଇ ହରପ୍ରିତ୍ ମହାନ୍ତି ଓ ଅରଜିତ ମହାନ୍ତି। ପୁଲିସ ସେମାନଙ୍କଠାରୁ ୧୦ ହଜାର ଟଙ୍କା, ହାର୍ଡ ଡିସ୍କ, କାର, ସ୍କୁଟି ଓ କିଛି ନକଲି ଚାକିରି କାଗଜ ଜବତ କରିଛି। ଏ ଘଟଣାରେ ଆଉ କେଉଁମାନେ ସଂପୃକ୍ତ ଅଛନ୍ତି ସେ ନେଇ ପୁଲିସ ତଦନ୍ତ ଚଳାଇଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories