www.samajalive.in
Saturday, December 6, 2025
26.1 C
Bhubaneswar

ଆଜି ବି ମହିଳାଙ୍କ ଦରମା ବନ୍ଦ ପ୍ରସଙ୍ଗକୁ ନେଇ କମ୍ପିବ ଗୃହ !

ଭୁବନେଶ୍ଵର: ଆଜି ବି ସରଗରମ ରହିବ ଗୃହ। ବିଭିନ୍ନ ପ୍ରସଙ୍ଗକୁ ନେଇ ବିରୋଧୀଙ୍କ ହଟ୍ଟଗୋଳରେ ସ୍ଵାଭାବିକ ଭାବରେ ଚାଲିପାରୁନି ବିଧାନସଭା ଶୀତ ଅଧିବେଶନ। ମହିଳାଙ୍କ ଆନ୍ଦୋଳନ ପ୍ରସଙ୍ଗକୁ ନେଇ କଂଗ୍ରେସ ଏବଂ ବିଜେଡି ସରକାରଙ୍କୁ ଘେରିଛନ୍ତି । ଆଜି ବି ବିଭିନ୍ନ ପ୍ରସଙ୍ଗରେ ଗୃହ ସରଗରମ ରହିପାରେ। ଆଜି କୃଷି ଏବଂ କୃଷକ ସଶକ୍ତିକରଣ , ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ, ଶକ୍ତି, ସମବାୟ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ, ବୟନ ଶିଳ୍ପ, ଏମଏସସେମି ବିଭାଗର ରହିଛି ପ୍ରଶ୍ନକାଳ। ଶୂନ୍ୟକାଳରେ ମିଶନ ଶକ୍ତି ମହିଳା ମାନେ ରାଜରାସ୍ତାରେ ଦରମା ପାଇଁ ଆନ୍ଦୋଳନ କରିବା ପ୍ରସଙ୍ଗ ଉଠାଇପାରନ୍ତି ବିରୋଧୀ। ତେବେ ଦୁଇ ଦିନ ହେଲାଣି ମହିଳା ଦରମା ବନ୍ଦ ପ୍ରସଙ୍ଗରେ ଗୃହ ଭିତରେ ଓ ବାହାରେ ବିରୋଧୀ ଓ ଶାସକ ଦଳ ମୁହାଁମୁହିଁ ହୋଇଛନ୍ତି। ସେପଟେ ମୁଖ୍ୟ ବିରୋଧୀ ବିଜେଡି ମୂଲତବୀ ପ୍ରସ୍ତାବ ଆଣିପାରେ।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories