www.samajalive.in
Sunday, December 7, 2025
26.1 C
Bhubaneswar

ପୁରୀରେ ‘କାଳିଆ’ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ପୁରୀ : ଶୁକ୍ରବାର ପୁରୀ ଜିଲା ମାଳତୀପାଟପୁର ନିକଟ ରାହାଙ୍ଗିରିଆଠାରେ ‘କାଳିଆ’ ଯୋଜନା ପାଇଁ ଏକ ବୃହତ ସମାବେଶ ହେବ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।
ଏହି ସମାବେଶରେ ରାଜ୍ୟର ୩୧୪ ବ୍ଲକରୁ ପ୍ରାୟ ୨ଲକ୍ଷ ଚାଷୀ ଯୋଗ ଦେବା ପାଇଁ ବ୍ୟବସ୍ଥା କରାଯାଇଛି। ‘କାଳିଆ’ ଯୋଜନାରେ ଚାଷୀମାନଙ୍କୁ ମିଳିବାକୁ ଥିବା ସହାୟତା ରାଶି ଚାଷୀମାନଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର କରାଯାଇ ଏହି କାର୍ଯ୍ୟକ୍ରମର ଆନୁଷ୍ଠାନିକ ଭାବେ ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କରିବେ ବୋଲି ସୂଚନା ମିଳିଛି। ଏହା ସହ ସମାବେଶରେ ଯୋଗ ଦେବାକୁ ଆସିଥିବା ଚାଷୀମାନଙ୍କୁ ଶ୍ରୀମନ୍ଦିର ନେଇ ମହାପ୍ରଭୁଙ୍କୁ ଦର୍ଶନ କରାଇବା ସହ ବେଳାଭୂମି ବୁଲାଇବା କାର୍ଯ୍ୟକ୍ରମ ରହିଛି।
ଏହି କାର୍ଯ୍ୟକ୍ରମକୁ ସଫଳ କରିବାକୁ ଜିଲ୍ଲା ପ୍ରଶାସନ ବ୍ୟାପକ ବନ୍ଦୋବସ୍ତ କରିଛି। ଲକ୍ଷାଧିକ ଚାଷୀଙ୍କ ସମାଗମକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡ଼ାକଡ଼ି କରାଯାଇଛି। ସୁରକ୍ଷା ପାଇଁ ୫୦ ପ୍ଲାଟୁନ ଫୋର୍ସ ସହ ୨୫୦ ଅଫିସରଙ୍କୁ ନିୟୋଜିତ କରାଯାଇଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories