www.samajalive.in
Saturday, December 6, 2025
16.1 C
Bhubaneswar

ଖସୁଛି ପାରଦ, ବଢୁଛି ଶୀତ : ରାଉରକେଲା ସବୁଠୁ ଥଣ୍ଡା ସହର

ଭୁବନେଶ୍ଵର: ରାଜ୍ୟରେ ଖସୁଛି ପାରଦ, ବଢୁଛି ଥଣ୍ଡା। ବିଳମ୍ବରେ ହେଲେ ବି ରାଜ୍ୟରେ ଶୀତ ପ୍ରକୋପ ଦିନକୁ ଦିନ ବଢିବାରେ ଲାଗିଛି। ଆସନ୍ତା ସପ୍ତାହେ ଯାଏଁ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ। ମୁଖ୍ୟତଃ ପାଗ ଶୁଖିଲା ରହିବ । ବିଶେଷକରି ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ୯ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ରହିପାରେ। ଅଧିକାଂଶ ସ୍ଥାନରେ ପାରଦ ୧୫ ଡିଗ୍ରୀ ତଳକୁ ଖସିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ଦୁଇ ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ କୁହୁଡିର ପ୍ରଭାବ ରହିବ। ଆଜି ପାଇଁ ଝାରସୁଗୁହା, ସମ୍ବଲପୁର, ବରଗଡ, ଗଞ୍ଜାମ , କନ୍ଧମାଳ, କଳାହାଣ୍ତି, ଏବଂ କୋରାପୁଟ ଜିଲ୍ଲାରେ ଘନ କୁହୁଡି ନେଇ ସତର୍କତା ଜାରି ହୋଇଛି। ଗତ ୨୪ ଘଣ୍ଟାରେ ରାଉରକେଲା ସବୁଠୁ ଥଣ୍ଡା ସହର ପାଲଟିଛି । ସର୍ବନିମ୍ନ ତାପମାତ୍ରା ୧୦.୨ ଡିଗ୍ରୀ ସେଲସିୟସ ରହିଥିଲା । ଫୁଲବାଣୀରେ ତାପମାତ୍ରା ୧୧ ଡିଗ୍ରୀ ଥିବାବେଳେ ଦାରିଙ୍ଗବାଡିରେ ବର୍ତ୍ତମାନ ୧୧.୫ ଡିଗ୍ରୀ ତାପାମାତ୍ରା ରେକର୍ଡ ହୋଇଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories