www.samajalive.in
Saturday, December 6, 2025
16.1 C
Bhubaneswar

ଆଜି ପ୍ରୟାଗରାଜ ଯିବେ ପ୍ରଧାନମନ୍ତ୍ରୀ : କୁମ୍ଭ ସହାୟକ ଚାଟବଟ୍ ହେବ ଲଞ୍ଚ୍‌

ନୂଆଦିଲ୍ଲୀ : ଆଜି ଉତ୍ତର ପ୍ରଦେଶ ପ୍ରୟାଗରାଜ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମହାକୁମ୍ଭ ମେଳା ପାଇଁ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବେ। ଏଥିସହ ପ୍ରୟାଗରାଜରେ ୫ ହଜାର ୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଭେଟି ଦେବେ। ମଧ୍ୟାହ୍ନରେ ସଙ୍ଗମ୍ ସାଇଟରେ ମା ଗଙ୍ଗାଙ୍କ ପ୍ରାର୍ଥନା ଓ ଦର୍ଶନ  କରିବେ। ପରେ ଅକ୍ଷୟବନ ବୃକ୍ଷ ସ୍ଥାନରେ ପୂଜା କରିବେ। ଏହାପରେ ହନୁମାନ ମନ୍ଦିର ଏବଂ ସରସ୍ଵତୀ କୂଅକୁ ଯାଇ ପୂଜା କରିବାର କାର୍ଯ୍ୟକ୍ରମ ରହିଛି। ଦିନ ସାଢେ ୧ଟାରେ ମହାକୁମ୍ଭ ପ୍ରଦର୍ଶନୀ ସ୍ଥାନ ପରିଦର୍ଶନ କରିବେ। ଏହାପରେ ପ୍ରୟାଗରାଜରେ ୫ ହଜାର ୫୦୦ କୋଟି ଟଙ୍କାର ବିଭିନ୍ନ ବିକାଶମୂଳ ପ୍ରକଳ୍ପ ର ଉଦଘାଟନ କରିବେ। ଏଥିରେ ରହିଛି ରେଳ, ସଡକ , ବିଦ୍ୟୁତ୍, ପାନୀୟ ଜଳ, ସ୍ଵାସ୍ଥ୍ୟସେବା ସମ୍ପର୍କିତ ଏକାଧିକ ପ୍ରକଳ୍ପ। ଏଥିସହ ଭରଦ୍ଵାଜ୍ ଆଶ୍ରମ କରିଡର, ଅକ୍ଷୟ ଭଟ୍ଟ କରିଡର, ହନୁମାନ ମନ୍ଦିର କରିଡର ଆଦିର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦୀ। ଏହି ଅବସରରେ ମୋଦୀ କୁମ୍ଭ ସହାୟକ ଚାଟ୍‌ ବଟ୍ ମଧ୍ୟ ଲଂଚ କରିବ। ଯାହାକି ଶ୍ରଦ୍ଧାଳୁ ମାନଙ୍କୁ ମହାକୁମ୍ଭ ମେଳା ୨୦୨୫ ଏବଂ ଏହାର କାର୍ଯ୍ୟକ୍ରମ ବିଷୟରେ ସବିଶେଷ ସୂଚନା ପ୍ରଦାନ କରିବ । ଜାନୁଆରୀ ୧୩ ତାରିଖରୁ ଫେବୃଆରୀ ୨୬ ତାରିଖ ପର୍ଯ୍ୟନ୍ତ ମହାକୁମ୍ଭ ମେଳା ଚାଲିବ। ଏଥିରେ ପ୍ରାୟ ୪୦ କୋଟି ଲୋକଙ୍କ ସମାଗମ ହେବ। ପ୍ରତି ୧୨ ବର୍ଷରେ ଥରେ ପ୍ରୟାଗରାଜରେ ମହାକୁମ୍ଭ ମେଳା ହୋଇଥାଏ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories