www.samajalive.in
Saturday, December 6, 2025
16.1 C
Bhubaneswar

ଗର୍ଭବତୀ ମହିଳାଙ୍କୁ ହତ୍ୟା: ସ୍ଵାମୀ, ପୁଲିସ୍ କର୍ମଚାରୀଙ୍କ ସମେତ ତିନି ଅଟକ

ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲା ବଣାଇରେ ଗର୍ଭବତୀ ମହିଳାଙ୍କୁ ଗୁଳି କରି ହତ୍ୟା ମାମଲାରେ ପୁଲିସ ୪ ଜଣଙ୍କୁ ଅଟକ ରଖିଛି। ବୁଧବାର ଟିକାୟତପାଲି ଥାନା ଝିର୍ଡାପାଲି ଗାଁରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ବିଳମ୍ବିତ ରାତିରେ କିଛି ଦୁର୍ବୁତ୍ତ ମୃତ ମହିଳାଙ୍କ ଘର କବାଟ ବାଡେଇଥିଲେ।  ମହିଳା ଜଣକ କବାଟ ଖୋଲିବାରୁ ତାଙ୍କ ବେକରୁ ସୁନା ଚେନ୍ ଏବଂ ମଙ୍ଗଳସୂତ୍ର ଛଡାଇ ନେଇଥିଲେ। କେବଳ ଏତିକି ନୁହେଁ ମହିଳା ଜଣକ ପାଟି କରିବାରୁ ଦୁର୍ବୃତ୍ତମାନେ ତାଙ୍କୁ ଗୁଳି କରିଥିଲେ। ପରେ ମହିଳା ଜଣଙ୍କୁ ଗୁରୁତର ଅବସ୍ଥାରେ ସୁନ୍ଦରଗଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଆଜି ଘଟଣାରେ ପୁଲିସ ମହିଳାଙ୍କ ସ୍ବାମୀ, ଜଣେ ପୋଲିସ କର୍ମଚାରୀଙ୍କ ସମେତ ତିନି ଜଣଙ୍କୁ ଅଟକ ରଖି ଅଧିକ ପଚରାଉଚରା ଜାରି ରଖିଛି।

 

- Advertisement -

 

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories