www.samajalive.in
Friday, December 5, 2025
26.1 C
Bhubaneswar

ହସ୍ପିଟାଲ ଅଗ୍ନିକାଣ୍ଡକୁ ନେଇ ଦୁଃଖ ପ୍ରକାଶ କଲେ ଷ୍ଟାଲିନ, ସହାୟତା ରାଶି ଘୋଷଣା

ଚେନ୍ନାଇ: ତାମିଲନାଡ଼ୁର ଡିଣ୍ଡିଗୁଲ ଜିଲାସ୍ଥିତ ଘରୋଇ ଡାକ୍ତରଖାନାରେ ଅଗ୍ନିକାଣ୍ଡ ଘଟି ୬ ଜଣଙ୍କ ମୃତ୍ୟୁ ଘଟଣାକୁ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ। ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବାସହ ତାଙ୍କ ପରିବାର ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ମୃତକଙ୍କ ପରିବାର ପାଇଁ ୩ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଷ୍ଟାଲିନ। ଏହାସହ ଗୁରୁତର ହୋଇ ଆଇସିୟୁରେ ଭର୍ତ୍ତି ହୋଇଥିବା ବ୍ୟକ୍ତିଙ୍କୁ ୧ଲକ୍ଷ ଟଙ୍କା ଲେଖାଏଁ ଏବଂ ସାମାନ୍ୟ ଆହତ ବ୍ୟକ୍ତିମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ। କେବଳ ଏତିକି ନୁହେଁ ନିକଟସ୍ଥ ସରକାରୀ ଏବଂ ଘରୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଲୋକଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଷ୍ଟାଲିନ। ଏଠାରେ ସୂଚନାଯୋଗ୍ୟ ଯେ, ଏହି ଦୁର୍ଘଟଣାରେ ଜଣେ ନାବାଳିକାର ମଧ୍ୟ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ଗୁରୁବାର ବିଳମ୍ବିତ ରାତିରେ ତାମିଲନାଡୁର ଡିଣ୍ତିଗୁଲସ୍ଥିତ ଏକ ଘରୋଇ ହସ୍ପିଟାଲରେ ବଡଧରଣର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏକାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ଆଗକୁ ମୃତ୍ୟୁ ସଂଖ୍ୟା ଆହୁରି ବଢିବା ନେଇ ଆଶଙ୍କା କରାଯାଉଛି। ବର୍ତ୍ତମାନ ପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଜଣାପଡ଼ିନାହିଁ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories