www.samajalive.in
Monday, December 8, 2025
24.1 C
Bhubaneswar

ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ମିଳିଥିଲା ସିବିଆଇ ସମନ, ଡିସେମ୍ବର ୧୧ରେ ହାଜର ହେବାକୁ କୁହାଯାଇଥିଲା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ୧୦ ଲକ୍ଷ ଟଙ୍କାର ଲାଞ୍ଚ କାରବାର ମାମଲାରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବିଭାଗ ଏବଂ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ବରିଷ୍ଠ ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ସମନ ପଠାଇଥିଲା। ଦିଲ୍ଲୀରୁ ତାଙ୍କ ନିକଟକୁ ଏହି ସମନ ପଠାଯାଇଥିଲା ।ଡିସେମ୍ବର ୧୧ ତାରିଖ ପୂର୍ବାହ୍ନ ୧୦ଟା ବେଳେ ଭୁବନେଶ୍ୱରର ନୂଆପଲ୍ଲୀ ସ୍ଥିତ ସିବିଆଇ କାର୍ଯ୍ୟାଳୟରେ ହାଜର ହେବାକୁ ତାଙ୍କୁ କୁହାଯାଇଥିଲା।

ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବିଭାଗ ଏବଂ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ବରିଷ୍ଠ ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ପଠାଇଥିବା ସମନରେ ଉଲ୍ଲେଖ କରାଯାଇଥିଲା ଯେ ବ୍ରିଜ୍ ଆଣ୍ଡ ରୁଫ୍ କନଷ୍ଟ୍ରକ୍ସନ କୋ. (ଇଣ୍ଡିଆ) ଏଲ୍‌ଟିଡିର ଗ୍ରୁପ୍ ଜେନେରାଲ ମ୍ୟାନେଜର ଚଞ୍ଚଳ କୁମାର ମୂଖାର୍ଜୀ ଓ ଅନ୍ୟମାନଙ୍କ ନାମରେ ନୂଆଦିଲ୍ଲୀରେ ସିବିଆଇର ଏସି-ଟୁରେ ମାମଲା ରୁଜୁ ହୋଇଛି। ଏ ସମ୍ପର୍କରେ ଆପଣଙ୍କ ପାଖରେ ଏ ମାମଲା ସଂକର୍ପିତ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରହିଥିବା ସୂଚନା ମିଳିଛି, ଯାହାକୁ ଆପଣଙ୍କଠାରୁ ନିଶ୍ଚିତ କରିବା ଜରୁରୀ। ତେଣୁ ଡିସେମ୍ବର ୧୧ ତାରିଖ ପୂର୍ବାହ୍ନ ୧୦ଟା ବେଳେ ଭୁବନେଶ୍ୱରର ନୂଆପଲ୍ଲୀ ସ୍ଥିତ ସିବିଆଇ କାର୍ଯ୍ୟାଳୟକୁ ଆସି ତଦନ୍ତରେ ସହଯୋଗ କରିବାକୁ ଆପଣଙ୍କୁ ଅନୁରୋଧ କରାଯାଉଛି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories