www.samajalive.in
Wednesday, December 10, 2025
23.1 C
Bhubaneswar

କାଠଯୋଡ଼ି ନଦୀ ପଠାରୁ ମହିଳାଙ୍କ ମୃତଦେହ ମିଳିବା ଘଟଣା: ଅଭିଯୁକ୍ତ ସ୍ଵାମୀ ଗୁଜରାଟରୁ ଗିରଫ

ସମାଜ ଡିଜିଟାଲ ଡେସ୍କ: କଟକ ପରମହଂସ କାଠଯୋଡ଼ି ନଦୀ ପଠାରୁ ମହିଳାଙ୍କ ମୃତଦେହ ମିଳିବା ଘଟଣାରେ ଗିରଫ ହୋଇଛି ଅଭିଯୁକ୍ତ ସ୍ଵାମୀ। ଏକ ଟେଲର ଷ୍ଟିକରରୁ ଅଭିଯୁକ୍ତ ପାଖରେ ପହଞ୍ଚିବାରେ ସଫଳ ହୋଇଛି ପୁଲିସ। ମୃତ ମହିଳାଙ୍କ ସ୍ଵାମୀଙ୍କୁ ପୁଲିସ ଗୁଜରାଟରୁ ଗିରଫ କରିଛି। ଏଥିସହ ମୃତ ମହିଳାଙ୍କ ଘର କେନ୍ଦ୍ରାପଡ଼ା ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ଗତ ଶୁକ୍ରବାର କଟକ ସଦର ପରମହଂସ କାଠଯୋଡ଼ି ନଦୀପଠାରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ତାଙ୍କୁ ଅତ୍ୟନ୍ତ ବୀଭତ୍ସ ଭାବେ ହତ୍ୟା କରାଯାଇଥିଲା। ମହିଳାଙ୍କ ପରିଚୟ ଲୁଚାଇବାକୁ ତାଙ୍କ ମୁହଁକୁ ନଷ୍ଟ କରି ଦେଇଥିଲା ଅଭିଯୁକ୍ତ, ଯାହା ପୁଲିସ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଥିଲା। ଘଟଣା ସ୍ଥଳରୁ ଜବତ ହୋଇଥିବା ସାର୍ଟପ୍ୟାଣ୍ଟରେ ଲାଗିଥିବା ଟେଲର ଷ୍ଟିକର ହିଁ ପୁଲିସକୁ ଅଭିଯୁକ୍ତ ପାଖରେ ପହଞ୍ଚାଇଛି। ଷ୍ଟିକର ଦେଖି ପୁଲିସ ଟେଲର ଦୋକାନରେ ପହଞ୍ଚିଥିଲା। ଏହାପରେ ସେଠାରୁ ଅଭିଯୁକ୍ତ ସ୍ବାମୀ ପାଖରେ ପହଞ୍ଚିଥିଲା। ସ୍ତ୍ରୀକୁ ହତ୍ୟା କରିବା ପରେ ଗୁଜରାଟରେ ଆତ୍ମଗୋପନ କରିଥିଲା ସ୍ଵାମୀ।

Hot this week

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

ଆସନ୍ତା ୧୩ ରୁ ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା...

ମାନବାଧିକାର : ଜୀବନର ଆବଶ୍ୟକତା

ମିଳିତ ଜାତିସଂଘ ଆନୁକୂଲ୍ୟରେ ୨୦୨୫ ମସିହାର ମାନବ ଅଧିକାର ଦିବସ (ଡିସେମ୍ବର...

ମହାନଦୀ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ

ଭୁବନେଶ୍ଵର : ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗଦ୍ଵାରା ମାନ୍ୟବର...

Related Articles

Popular Categories