www.samajalive.in
Friday, December 12, 2025
19.1 C
Bhubaneswar

ସିମେଣ୍ଟ ପିଲରକୁ ପିଟିଲା ବାଇକ, ଜଣେ ମୃତ

ଫୁଲବାଣୀ:ସଦର ଥାନା ଅଞ୍ଚଳରେ ରବିବାର ସନ୍ଧ୍ୟାରେ ଏକ ବାଇକ ଦୁର୍ଘଟଣା ଗ୍ରସ୍ତ ହେବା ଫଳରେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ଗୋଚ୍ଛାପଡା ଥାନା କଟ୍ରିଙ୍ଗିଆ ପଞ୍ଚାୟତ ବାଡାଗାଣ୍ଡା ଗ୍ରାମର ରାମଚନ୍ଦ୍ର ଦିଗାଲ(୨୫) ବୋଲି ଜଣାପଡ଼ିଛି।
ସୂଚନା ଅନୁଯାୟୀ, ରାମ ଆଜି ଅପରାହ୍ନ ପ୍ରାୟ ବେଳେ ଏକ ବାଇକ ଯୋଗେ ନିଜ ଗ୍ରାମରୁ ସଦର ବ୍ଲକ ମିଣିଆରେ ଥିବା ତାଙ୍କ ଶ୍ବଶୁର ଘରକୁ ଯାଉଥିଲେ। ରୁଜାଙ୍ଗୀ ପେଟ୍ରୋଲ ପମ୍ପ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡରେ ପୋତା ଯାଇଥିବା ଏକ ସିମେଣ୍ଟ ପିଲରରେ ବାଡେଇ ହୋଇ ଯାଇଥିଲେ। ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା।

ସ୍ଥାନୀୟ ଲୋକ ସୂଚନା ଦେବାରେ ସଦର ଥାନା ଏସ ଆଇ ସମ୍ବିତ ବେହେରା ଘଟଣା ସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ତେବେ ପରିବାର ଲୋକେ ମେଡିକାଲରେ ପହଞ୍ଚି ପୁଅର ମୃତ୍ୟୁକୁ ନେଇ ସନ୍ଦେହ ପ୍ରକଟ କରିଥିଲେ। ଫଳରେ ଡାକ୍ତରଖାନା ପରିସରରେ କିଛି ସମୟ ପାଇଁ ଉତ୍ତେଜନା ଦେଖା ଦେଇଥିଲା। ଟାଉନ ଥାନା ଅଧିକାରୀ କନକ କୁମାର ମାଝୀ ଓ ସଦର ଥାନା ଅଧିକାରୀ ଶାନ୍ତନୁ କୁମାର ନାୟକ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲେ। ଏ ନେଇ ତଦନ୍ତ ଜାରି ରହିଛି ବୋଲି ପୁଲିସ ସୂଚନା ଦେଇଛି।

- Advertisement -

 

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories