www.samajalive.in
Saturday, December 13, 2025
26.1 C
Bhubaneswar

ଦୁଇ ଦିନ ପରେ କମିବ ଶୀତ : ୧୭ରୁ ତିନିଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର : ସାରା ରାଜ୍ୟରେ ଶୀତ ଲାଗି ରହିଛି। ଝାରସୁଗୁଡ଼ା ଏବଂ ରାଉରକେଲାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ସବୁଠୁ କମ ୬.୮ଡିଗ୍ରୀ ଲେଖାଏଁ ରହିଛି। ୮ ସ୍ଥାନରେ ରାତି ତାପମାତ୍ରା ୧୦ଡିଗ୍ରୀ ତଳକୁ ଖସି ଆସିଛି। ଅନୁଗୋଳରେ ରାତି ତାପମାତ୍ରା ୯ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ କେନ୍ଦୁଝର ୯.୨, ସୁନ୍ଦରଗଡ଼ ଓ ଭବାନୀପାଟଣାରେ ୯.୪ ଡିଗ୍ରୀ ଲେଖାଏଁ, ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ୮.୫ ଡିଗ୍ରୀ ଲେଖାଏଁ, ନବରଙ୍ଗପୁର ୧୦.୬, ବୌଦ୍ଧ ୧୦, ସୁବର୍ଣ୍ଣପୁର ୧୦.୫, ବଲାଙ୍ଗିର ୧୦.୭, ବାରିପଦା ୧୦.୫, ଭୁବନେଶ୍ବର ୧୩ ଏବଂ କଟକରେ ୧୧.୫ ଡିଗ୍ରୀ ରହିଛି। ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲାକୁ ଶୀତ ଲହରୀ ପାଇଁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ; କିନ୍ତୁ ପରବର୍ତ୍ତୀ ସମୟରେ ରାତି ତାପମାତ୍ରା ୩ରୁ ୫ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ସମ୍ଭାବନା ରହିଛି। ଆଜି ସକାଳେ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର ଏବଂ ସୁନ୍ଦରଗଡ଼ ଜିଲାର କିଛି ଅଞ୍ଚଳରେ କୁହୁଡ଼ି ଦୃଶ୍ୟମାନ ସମ୍ଭାବନା ରହିଛି। ୧୭ତାରିଖରୁ ତିନିଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ୧୭ରେ କୋରାପୁଟ, ଗଜପତି, ଗଞ୍ଜାମ, ପୁରୀ ଏବଂ ରାୟଗଡ଼ାରେ ହାଲୁକା ବର୍ଷା ହୋଇପାରେ। ୧୮ରେ ଦକ୍ଷିଣ ଉପକୂଳ ଓଡ଼ିଶା ସହ ରାୟଗଡ଼ା, କୋରାପୁଟ, ମାଲକାନଗିରିରେ ବର୍ଷା ସମ୍ଭାବନା ରହିଛି। ୧୯ରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ ଏବଂ ଗଜପତିରେ ବର୍ଷା ହେବ ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories