www.samajalive.in
Tuesday, December 9, 2025
16.1 C
Bhubaneswar

ଓଲଟିଲା ଯାତ୍ରୀବାହୀ ବସ୍, ୧୦ରୁ ଅଧିକ ଯାତ୍ରୀ ଆହତ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ୫୭ ନଂ ଜାତୀୟ ରାଜପଥ ବାଘମାରୀ ଛକ ନିକଟରେ ଅଭାବନୀୟ ଘଟଣା ଘଟିଛି। ବାଘମାରୀ-ବେଗୁନିଆ ରାସ୍ତାରେ ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ୍ ରାସ୍ତାକଡକୁ ଓଲଟିପଡିଛି। ଏଥିରେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି।  କିଛି ଆହତଙ୍କୁ ଉଦ୍ଧାର କରାଯାଇ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରାଯାଇଥିବାବେଳେ ଅନ୍ୟ କିଛି ଆହତଙ୍କୁ ଭୁବନେଶ୍ଵର ସ୍ଥାନାନ୍ତର କରାଯାଇଛି। ଡ୍ରାଇଭରଙ୍କ ଆଖି ଲାଗି ଯିବାରୁ ଏହି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି। ସ୍ଥାନୀୟ ଲୋକ ଖବର ଦେବା ପରେ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି। ଯାତ୍ରୀବାହୀ ବସଟି ସୋରଡାରୁ ପୁରୀ ଯିବାବେଳେ ଏଭଳି ଅଘଟଣ ଘଟିଛି।

Hot this week

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

୨୦୨୬ରେ ଦୁଇ ଥର ଚଳନ କରିବେ ରହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

Related Articles

Popular Categories