www.samajalive.in
Sunday, December 7, 2025
13.1 C
Bhubaneswar

ଭୁବନେଶ୍ଵରରେ ଚଳିତ ବର୍ଷର ରେକର୍ଡ ତାପମାତ୍ରା

ଭୁବନେଶ୍ଵର: ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି । ଆଭ୍ୟନ୍ତରୀଣ ଅଞ୍ଚଳ ଗୁଡିକରେ ସ୍ଥିତି ସମ୍ପୂର୍ଣ୍ଣ ଅସମ୍ଭାଳ ହୋଇପଡିଛି। ୧୦ ଡିଗ୍ରୀ ତଳେ ରହିଛି ୧୧ ସହରର ତାପମାତ୍ରା। ରବିବାର ରାତିରେ ସବୁଠୁ ଥଣ୍ଡା ସହର ଭାବେ ରେକର୍ଡ କରିଛି ରାଉରକେଲା। ଷ୍ଟିଲ ସିଟି ରାଉରକେଲାରେ ୫.୭ ଡିଗ୍ରୀ,ସୁନ୍ଦରଗଡରେ ୯,  ଫୁଲବାଣୀରେ ୭ , ଝାରସୁଗୁଡାରେ ୭.୧ , ଦାରିଙ୍ଗବାଡିରେ ୭.୫, ଭବାନୀପାଟଣାରେ ୭.୮, ଅନୁଗୁଳରେ ୮, ଜଗତସିଂହପୁରରେ ୯.୫, କୋରାପୁଟ ଓ ଢେଙ୍କାନାଳରେ ୯.୬ ଡିଗ୍ରୀ  ତାପମାତ୍ରା ରେକର୍ଡ ହୋଇଛି। ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀକୁ ଖସିଥିବା ନେଇ ସୂଚନା ମିଳିଛି। କନ୍ଧମାଳ ଏବଂ କଳାହାଣ୍ଡିରେ ମଧ୍ୟ ଅସହ୍ୟ ଶୀତ ଅନୁଭୂତ ହେଉଛି। ଚଳିତ ସିଜିନରେ ଟ୍ବିନ ସିଟିରେ ସବୁଠୁ କମ୍ ତାପମାତ୍ରା ରେକର୍ଡ ହୋଇଛି। ଭୁବନେଶ୍ଵରରେ ୧୦.୯ ଏବଂ କଟକରେ ୧୧ ଡିଗ୍ରୀ ରହିଛି ପାରଦ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories