www.samajalive.in
Monday, December 15, 2025
16.1 C
Bhubaneswar

ମହାନଦୀରେ ଭାସୁଥିବା ମୃତଦେହର ମିଳିଲା ପରିଚୟ, ମୃତକ ରେଭେନ୍ସାର ପୂର୍ବତନ ପ୍ରଫେସର

ସମାଜ ଡିଜିଟାଲ ଡେସ୍କ: ମହାନଦୀରେ ଭାସୁଥିବା ଅଜଣା ମୃତଦେହର ପରିଚୟ ମିଳିଛି। କଟକ ଯୋବ୍ରା ଆନିକଟ ବ୍ୟାରେଜର ୯୩ ନମ୍ବର ଗେଟରେ ଲାଗିଥିବା ମୃତଦେହକୁ ଉଦ୍ଧାର କରି ଏସସିବି ପଠାଇଛି ପୁଲିସ। ଉଦ୍ଧାର ମୃତଦେହ ଜଣେ ଅବସରପ୍ରାପ୍ତ ପ୍ରଫେସରଙ୍କର।

ପୁଲିସର ସୂଚନା ଅନୁଯାୟୀ, ମୃତକ ହେଲେ ରେଭେନ୍ସା ବିଶ୍ଵବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଫେସର ବୈଷ୍ଣବ ଚରଣ ସିଂହ(୭୮)। ତାଙ୍କ ଘର କଟକ ରାଜେନ୍ଦ୍ରନଗର ହୋଇଥିବାବେଳେ ସେ ନନ୍ଦନକାନନ ପାଖାପାଖି ରହୁଥିଲେ। ମୃତକଙ୍କ ପରିବାର ଲୋକ ୧୫ତାରିଖ ଦିନ ସେ ନିଖୋଜ ଥିବା ନେଇ ନନ୍ଦନକାନନ ଥାନାରେ ଏତଲା ଦେଇଥିଲେ। ତେବେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇନାହିଁ। ଘଟଣା ସ୍ଥଳରେ ମାଲଗୋଦାମ ଥାନା ପୁଲିସ ତଦନ୍ତ ଜାରି ରଖିଛି।

Hot this week

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

ଦିଲ୍ଲୀ ବାୟୁମଣ୍ଡଳ ସ୍ଥିତି ଉଦ୍‌ବେଗଜନକ: ଏକାଧିକ ସ୍ଥାନରେ ଏକ୍ୟୁଆଇ ୫୦୦ ଛୁଇଁଲା

ନୂଆଦିଲ୍ଲୀ: ବିଗତ କିଛି ଦିନ ଧରି ଦିଲ୍ଲୀ ସମେତ ସମଗ୍ର ଏନ୍‌ସିଆରରେ...

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

Related Articles

Popular Categories