www.samajalive.in
Sunday, December 7, 2025
23.1 C
Bhubaneswar

ଗୋନାସିକା କେନ୍ଦୁଝର ମହୋତ୍ସବ ଉପଲକ୍ଷେ ମିନି ମାରାଥନ

କେନ୍ଦୁଝରଗଡ଼଼: ଗୋନାସିକା କେନ୍ଦୁଝର ମହୋତ୍ସ-୨୦୨୪ ଏବଂ କାଳୀପଡ଼ିଆରେ ଆରମ୍ଭ ହେବାକୁ ଥିବା ଆଞ୍ଚଳିକ ସରସ ମେଳା ଉପଲକ୍ଷେ ମଙ୍ଗଳବାର ଏକ ମିନି ମାରାଥନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ ହେବାକୁଥିବା ଏହି କଳା ସଂସ୍କୃତିର ମହାକୁମ୍ଭ ଜିଲାବାସୀଙ୍କ ମନୋରଞ୍ଜନ ସହିତ କଳା, ସଂସ୍କୃତି ଓ ପରମ୍ପରାର ପ୍ରଚାର ପ୍ରସାର କରିବାରେ ସହାୟକ ହେବା ଲକ୍ଷ୍ୟରେ ସାଧାରଣରେ ସଚେତନତା ସୃଷ୍ଟି ଲକ୍ଷ୍ୟରେ ଜିଲା ପ୍ରଶାସନ ପକ୍ଷରୁ ଆୟୋଜିତ ଏହି ମିନି ମାରାଥନ ଓ ପଦଯାତ୍ରାକୁ ଅତିରିକ୍ତ ଜିଲାପାଳ ମନ୍ଦରଧର ମହାଳିକ ମୁଖ୍ୟଅତିଥି ଭାବେ ଯୋଗଦେଇ ପତାକା ହଲାଇ ଶୁଭାରମ୍ଭ କରିଥିଲେ। ସକାଳ ୭:୩୦ମି.ରୁ ଜିଲାପାଳଙ୍କ କାର୍ଯ୍ୟାଳୟରୁ ଆରମ୍ଭ ହେଇଥିବା ଏହି ମିନି ମାରାଥନ ମଣ୍ଡୁଆ ପର୍ଯ୍ୟନ୍ତ ଯାଇ ପୁନର୍ବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲା। ଏଥିରେ ବିଭିନ୍ନ ମହାବିଦ୍ୟାଳୟର ଛାତ୍ରଛାତ୍ରୀ, ଜନସାଧାରଣ, ପ୍ରଶାସନିକ ଅଧିକାରୀ ଓ ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories