www.samajalive.in
Wednesday, December 10, 2025
26.1 C
Bhubaneswar

କାର୍‌-ଟ୍ରକ୍ ଧକ୍କା: ୫ ମୃତ, ୫ ଗୁରୁତର, ଟ୍ରକ୍ ଡ୍ରାଇଭର ଅଟକ

ନୂଆଦିଲ୍ଲୀ : ଉତ୍ତରପ୍ରଦେଶ ଶାହାଜାହାନପୁର ଜିଲ୍ଲା ମଦନପୁର ଥାନା ଅଞ୍ଚଳରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କାର୍ ଏବଂ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଗୋଟିଏ ପରିବାରର ୫ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୫ ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନା ମୁତାବକ ବୁଧବାର ବିଳମ୍ବିତ ରାତିରେ ଜଣେ ବ୍ୟବସାୟୀ ନିଜ ପରିବାର ଲୋକଙ୍କୁ ନେଇ ଏକ କାର ଯୋଗେ ଶାହାଜାହାନପୁରରୁ ଦିଲ୍ଲୀ ଅଭିମୁଖେ ଯାଉଥିଲେ। ଏତିକିବେଳେ ଦ୍ରୁତ ଗତିରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍ ସହ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ୫ ଜଣଙ୍କର ମୃତ୍ୟୁ ଘଟିଥିଲା। ସେପଟେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି  ଟ୍ରକ୍ ଡ୍ରାଇଭରକୁ ଅଟକ ରଖି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories