www.samajalive.in
Monday, December 15, 2025
17.1 C
Bhubaneswar

୧ କୋଟି ୬ ଲକ୍ଷ ଟଙ୍କାର ଗଞ୍ଜେଇ ଗଛ ପୋଡ଼ିଲା ଅବକାରୀ ବିଭାଗ

ଫୁଲବାଣୀ: କନ୍ଧମାଳ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଗଞ୍ଜେଇ କଟା ଅଭିଯାନ ଚାଲୁ ରହିଛି। ଫିରିଙ୍ଗିଆ ପୁଲିସ ଓ ଜିଲ୍ଲା ଅବକାରୀ ବିଭାଗ ମିଳିତ ଭାବରେ ଚଢ଼ାଉ କରି ନୂଆପଦର ପଞ୍ଚାୟତର କରେକାମ୍ବା, ଲତପଙ୍ଗିଆ ଓ ଗଣ୍ଡାପଡା ଗାଁ ନିକଟ ପାହାଡିଆ ଜଙ୍ଗଲ ଜମିରେ ଚାଷ ହୋଇଥିବା ଗଞ୍ଜେଇ ଗଛକୁ ନଷ୍ଟ କରିଛି। ପ୍ରାୟ ୧୦୬ ଏକର ଜଙ୍ଗଲ ଅଞ୍ଚଳରେ ଏହି ଚାଷ ହୋଇଥିଲା। କର୍ମଚାରୀମାନେ ଗଞ୍ଜେଇ ଗଛଗୁଡିକୁ କାଟିଦେବା ସହ ଜାଳି ପୋଡି ନଷ୍ଟ କରାଯାଇଛି। ଗଞ୍ଜେଇ ଗଛର ଆନୁମାନିକ ମୂଲ୍ୟ ପ୍ରାୟ ୧ କୋଟି ୬ ଲକ୍ଷ ଟଙ୍କା ହେବ ବୋଲି ପୁଲିସ ତରଫରୁ ସୂଚନା ମିଳିଛି। ଏହି ଚଢ଼ାଉରେ ଥାନା ଅଧିକାରୀ ଗୋପୀନାଥ ପ୍ରଧାନଙ୍କ ନିର୍ଦେଶକ୍ରମେ ଏସଆଇ ଅଜୟ କୁମାର ସାହୁଙ୍କ ନେତୃତ୍ୱରେ ଏସଆଇ ପ୍ରମୋଦ ବେହେରା ଓ ଅନ୍ୟାନ୍ୟ କର୍ମଚାରୀ ସାମିଲ ଥିଲେ। ପୁଲିସ ସହ କନ୍ଧମାଳ ଜିଲ୍ଲା ଅବକାରୀ ବିଭାଗର କର୍ମଚାରୀମାନେ ମଧ୍ୟ ଉପସ୍ଥିତ ଥିଲେ। ସୁରକ୍ଷା ଦୃଷ୍ଟିରୁ ୨ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଥିଲା। ଗଞ୍ଜେଇ ଚାଷକୁ ନେଇ ଥାନାରେ  ଏକ ମାମଲା ରୁଜୁ କରାଯାଇଥିବା ଥାନା ଅଧିକାରୀ ଗୋପୀନାଥ ବେହେରା ସୂଚନା ଦେଇଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories