www.samajalive.in
Saturday, December 13, 2025
23.1 C
Bhubaneswar

ଆତଙ୍କବାଦୀ ଆକ୍ରମଣରେ ଓଡ଼ିଆ ଯବାନ ସହିଦ

ଭୁବନେଶ୍ଵର :  ସାରା ଦେଶ  ୭୦ତମ ସାଧାରଣତନ୍ତ୍ର ଦିବସ ପାଳନରେ ବ୍ୟସ୍ତ ଥିବା ବେଳେ ଶନିବାର ଆତଙ୍କବାଦୀମାନେ ଜାମ୍ମୁ କାଶ୍ମୀରରେ ଜଘନ୍ୟ କାଣ୍ଡ ଘଟାଇଛନ୍ତି।  ଆତଙ୍କବାଦୀମାନେ କଶ୍ମୀରର ବାରାମୁଲାରେ ସେନା ଉପରେ ଆକ୍ରମଣ କରିଥିବା ଜଣାପଡିଛି। ଏହି ଆକ୍ରମଣରେ ଆତଙ୍କବାଦୀଙ୍କ ଗୁଳିରେ ଜଣେ ଓଡ଼ିଆ ଯବାନ ସହିଦ ହୋଇଛନ୍ତି।  ତାଙ୍କ ନାମ ହେମନ୍ତ ପଣ୍ଡା।  ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକର ଅଠରାଙ୍ଗ ଗାଁରେ ତାଙ୍କର ଘର ବୋଲି ଜଣାପଡିଛି । ଦୁଇ ବର୍ଷ ତଳେ ସେ ସେନା ବାହିନୀରେ  ଯୋଗ ଦେଇଥିଲେ। ହେମନ୍ତଙ୍କ ବିୟୋଗରେ ଅଠରାଙ୍ଗ ସମେତ ସ୍ଥାନୀୟ  ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।

Hot this week

ଚାଲାଣ ଛାଡ଼ ପାଇବାର ଶେଷ ସୁଯୋଗ, ଆଜି ବର୍ଷର ଶେଷ ଲୋକ ଅଦାଲତ

ସମାଜ ଡିଜିଟାଲ ଡେସ୍କ: ୨୦୨୫ ବର୍ଷର ଶେଷ ଲୋକ ଅଦାଲତ ଆଜି...

ଟଙ୍କାର ମୂଲ୍ୟହ୍ରାସ ଓ ଦେଶର ଅର୍ଥନୀତି

ବିଶ୍ବର ଅର୍ଥନୈତିକ ଶକ୍ତିଶାଳୀ ରାଷ୍ଟ୍ର ତାଲିକାରେ ଭାରତ ଚତୁର୍ଥ ସ୍ଥାନରେ ରହିଥିବାବେଳେ...

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା

ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର କଳା, ସଂସ୍କୃତି ଓ...

ଚୀନ୍‌ ଉପରେ ଲଗାମ ଲାଗିବ: ଗ୍ରେଟ୍‌ ନିକୋବର ଦ୍ୱୀପରେ ଦ୍ୱିତୀୟ ବିମାନବନ୍ଦର ନିର୍ମାଣ ଆରମ୍ଭ

ନୂଆଦିଲ୍ଲୀ: ଚୀନ୍‌ର ବଢ଼ୁଥିବା ମହତ୍ତ୍ୱାକାଂକ୍ଷାର ଜବାବରେ, ଭାରତ ମଲାକ୍କା ପ୍ରଣାଳୀରେ ଏକ...

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୬ ଦାମୀ ଗାଡ଼ି ସହ ୪ ଦୋକାନ ଏବଂ ଗୋଟିଏ ଘର

ବାଲିପାଟଣା/ ବାଲିଅନ୍ତା: ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବଜାରରେ ଭୟାଵହ ଅଗ୍ନିକାଣ୍ଡ ଘଟିଛି।...

Related Articles

Popular Categories