www.samajalive.in
Tuesday, December 9, 2025
26.1 C
Bhubaneswar

ଦୁଇ ଦିନିଆ କୁଏତ ଗସ୍ତରେ ଗଲେ ପ୍ରଧାନମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାରଠାରୁ ୨ ଦିନିଆ କୁଏଦ ଗସ୍ତରେ ଯାଇଛନ୍ତି। ବିଗତ ୪୩ ବର୍ଷ ମଧ୍ୟରେ ଗଲ୍‌ଫ ଦେଶକୁ ଭାରତୀୟ ପ୍ରଧାନମନ୍ତ୍ରୀଙ୍କର ଏହା ପ୍ରଥମ ଗସ୍ତ। ୧୯୮୧ରେ ଶେଷ ଥର ଲାଗି ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ କୁଏତ ଯାଇଥିଲେ। ଦୀର୍ଘ ବର୍ଷ ପରେ ପୁନର୍ବାର ଭାରତୀୟ ପ୍ରଧାନମନ୍ତ୍ରୀ କୁଏତ ଯାଉଥିବାରୁ ଏହି ସମୟରେ ଦୁଇ ଦେଶ ମଧ୍ୟରେ ଦ୍ଵିପାକ୍ଷିକ ସମ୍ପର୍କକୁ ମଜଭୁତ କରିବା ଦିଗରେ ନୂଆ ଅଧ୍ୟାୟ ସୃଷ୍ଟି ହେବ ବୋଲି କୁହାଯାଉଛି। ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ଵାଗତ କରିବା ଲାଗି କୁଏତ ସରକାରଙ୍କ ପକ୍ଷରୁ ବ୍ୟାପକ ଆୟୋଜନ କରାଯାଉଛି। ରାସ୍ତାଘାଟରେ ବିରାଟ ବିରାଟ ହୋର୍ଡିଂ ଲଗାଯାଇଛି ‘ହାଲା ମୋଦୀ’ ବୋଲି ଲେଖାଯାଇଛି।

ଗସ୍ତ ସମୟରେ ମୋଦୀ କୁଏତର ବରିଷ୍ଠ ନେତୃବୃନ୍ଦମାନଙ୍କ ସହିତ ଆଲୋଚନା କରିବେ। ପ୍ରତିରକ୍ଷା, ବାଣିଜ୍ୟ କ୍ଷେତ୍ରରେ ଉଭୟ ଦେଶ ମଧ୍ୟରେ ସମ୍ପର୍କକୁ ଦୃଢ଼ କରିବା ଦିଗରେ ଦୁଇ ଦେଶର ନେତା ଆଲୋଚନା କରିପାରନ୍ତି। ଏହା ସହିତ ସେ ଭାରତୀୟ ଶ୍ରମିକଙ୍କ ଶିବିରକୁ ବି ଗସ୍ତ କରିବେ। ତା’ ସହିତ ଗଲ୍ଫ କପ୍‌ ଫୁଟବଲ ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ଉତ୍ସବରେ ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

Hot this week

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

ଖୋଲିଲା ଦର୍ଶକ ଗ୍ୟାଲେରୀ ଗେଟ୍

କଟକ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ବଢ଼ିବନି ପାଚିକାଙ୍କ ଦରମା

ସମାଜଲାଇଭ ଡେସ୍କ: ପାଚିକାମାନଙ୍କ ଦରମା ଆଉ ବୃଦ୍ଧି କରାଯିବ ନାହିଁ। ବୁଧବାର...

ବାଚସ୍ପତି ଓ ଉପବାଚସ୍ପତିଙ୍କ ଦରମା ବଢ଼ିଲା: ଭତ୍ତା ସହ ପାଇ​‌ବେ ୪.୨୮ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭାର ବାଚସ୍ପତି, ଉପବାଚସ୍ପତି ଏବଂ ବିଧାୟକମାନଙ୍କ ଦରମା ବୃଦ୍ଧି...

ଶିକାରୀ ଫାଶରେ କଲରାପତରିଆ ମୃତ

ଅନୁଗୁଳ : ଶିକାରୀ ଫାଶରେ ପଡି କଲରାପତରିଆ ବାଘ ମୃତ। ଅନୁଗୋଳ...

Related Articles

Popular Categories