www.samajalive.in
Monday, December 8, 2025
24.1 C
Bhubaneswar

ଅବପାତରେ ପରିଣତ ଲଘୁଚାପ ; ରବିବାର ସକାଳ ଯାଏଁ ଏହି ଜିଲାରେ ବର୍ଷିବ..

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ଜିଲାରେ ଲାଗି ରହିଛି ତୁହାକୁ ତୁହା ବର୍ଷା ସହ କୋହଲା ପାଗ। ଅଧିକାଂଶ ଜିଲା ଓ ଟ୍ୱିନ୍‌ ସିଟିରେ ଶୁକ୍ରବାର ସକାଳୁ ବର୍ଷା ଲାଗି ରହିଥିବା ସହ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି। ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହେବା ପରେ କ୍ରମେ ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଆନ୍ଧ୍ର ଉପକୂଳରେ କେନ୍ଦ୍ରୀଭୂତ ହୋଇ ରହିଛି। ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଶନିବାର ଡିସେମ୍ବର ୨୧ରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ୪ ଜିଲା କେନ୍ଦ୍ରାପଡା, ଗଞ୍ଜାମ, ଗଜପତି, ଜଗତସିଂହପୁରକୁ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାସହ ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର ଓ ଢେଙ୍କାନାଳ, ଅନୁଗୁଳରେ ମଧ୍ୟ ବର୍ଷା ସମ୍ଭାବନା ରହିଛି । ଅନ୍ୟ ସ୍ଥାନରେ ପାଗ କୋହଲା ସହ ମେଘୁଆ ପାଗ ଲାଗି ରହିବ। ଦୁଇ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଥିବା ବେଳେ ୧୯ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ।

ଏହି ତାରିଖରେ ଜନ୍ମ ହୋଇଥିବା ଝିଅ ; ପିତା ଘର ସହ ଶାଶୁଘରକୁ କରନ୍ତି ଧନୀ, ରହିଥାଏ ମା’ଲକ୍ଷ୍ମୀଙ୍କ କୃପା, ହୁଅନ୍ତି ଭାଗ୍ୟଶାଳୀ..

- Advertisement -

ସେହିପରି ରବିବାର ସକାଳ ଯାଏଁ ରାଜ୍ୟର ଅନେକ ସ୍ଥାନରେ ପାଗ ମେଘୁଆ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଞ୍ଜାମ, ଗଜପତି, କେନ୍ଦ୍ରାପଡା, ରାୟଗଡା, କଳାହାଣ୍ଡି, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, ପୁରୀ,ବୌଦ୍ଧ, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ ଓ ଅନୁଗୁଳ ଜିଲାରେ ବର୍ଷା ସମ୍ଭାବନା ରହିଛି । ସେପଟେ ଅଦିନିଆ ବର୍ଷା କାରଣରୁ ଚାଷୀ ମୁଣ୍ଡରେ ହାତ ଦେଇଛ ବସିଛି । ଅନେକ ସ୍ଥାନରେ ଧାନ ଗଛ ସବୁ ବିଲରେ ପଡିଥିବା ବେଳେ ବିକ୍ରି ପାଇଁ ଥିବା ଧାନ ଖଳାରେ ଭିଜୁଛି। ଏଥିପାଇଁ ଚାଷୀ ଚିନ୍ତାରେ ରହିଛନ୍ତି।

 

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories