www.samajalive.in
Monday, December 8, 2025
24.1 C
Bhubaneswar

ରାସ୍ତା କଡ଼ରୁ ମୃତଦେହ ଉଦ୍ଧାର

ଝାରସୁଗୁଡ଼ା : ଝାରସୁଗୁଡ଼ା ବଡ଼ମାଲ ଥାନା ଅନ୍ତର୍ଗତ ବେହେରାପାଲ୍ଲୀ ରାସ୍ତା କଡ଼ରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ଅକ୍ଷୟ ସାହୁ (୪୩)। ତାଙ୍କ ମୃତଦେହ ରାସ୍ତା କଡ଼ରେ ପଡ଼ିଥିବା ଦେଖି ଲୋକେ ପୁଲିସକୁ ଖବର ଦେଇଥିଲେ। ବଡ଼ମାଲ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଅକ୍ଷୟଙ୍କ ମୁଣ୍ଡରେ ଆଘାତ ଲାଗିଥିବା ସହ ପଥରରେ ଛେଚି ହତ୍ୟା କରାଯାଇଛି ବୋଲି ପୁଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।
ସୂଚନା ଅନୁଯାୟୀ, ବୁରୋମାଲର ଅଞ୍ଚଳର ଅକ୍ଷୟ ହାତ ଉଧାରି ଟଙ୍କା କାରବାର କରୁଥିଲେ ବୋଲି ଜଣାପଡ଼ିଛି। ଶନିବାର ରାତିରେ ନିଜ ଘରୁ ବାଇକରେ ବାହାରି ଆଉ ଫେରି ନଥିଲେ। ରବିବାର ସକାଳେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ପୁଲିସ ଘଟଣାର ସମ୍ପୂର୍ଣ୍ଣ ସତ୍ୟାସତ୍ୟ ଜାଣିବା ପାଇଁ ଅଧିକ ତଦନ୍ତ କରୁଥିବା ଜଣାପଡ଼ିଛି।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories