www.samajalive.in
Sunday, December 7, 2025
15.1 C
Bhubaneswar

ଧରଣୀଧର ବିଶ୍ୱବିଦ୍ୟାଳୟରେ ବିଶ୍ୱ ଧ୍ୟାନ ଦିବସ

କେନ୍ଦୁଝରଗଡ଼଼: ପ୍ରଥମ ବିଶ୍ୱ ଧ୍ୟାନ ଦିବସ ଅବସରରେ ଶନିବାର ଧରଣୀଧର ବିଶ୍ୱବିଦ୍ୟାଳୟ କେନ୍ଦୁଝରର ଜାତୀୟ ସେବା ଯୋଜନା ପକ୍ଷରୁ ବିଶ୍ୱବିଦ୍ୟାଳୟ ପରିସରରେ ବିଶ୍ୱ ଧ୍ୟାନ ଦିବସ ପାଳିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟ ଓ ଆର୍ଟ ଅଫ୍‌‌ ଲିଭିଙ୍ଗ କେନ୍ଦୁଝର ଶାଖା ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ଶିବିରରେ ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରାଧ୍ୟାପକ ପ୍ରଭୁପ୍ରସାଦ ଦାସ ମୁଖ୍ୟଅତିଥି ଭାବେ ଯୋଗଦେଇ ସୁସ୍ଥ ମନ ଓ ଶରୀରର ଆଧାର ଧ୍ୟାନର ବିକଳ୍ପ ନାହିଁ ବୋଲି ପ୍ରକାଶ କରିଥିଲେ। ଆର୍ଟ ଅଫ୍‌‌ ଲିଭିଙ୍ଗ କେନ୍ଦୁଝର ଶାଖାର ସଞ୍ଚାଳିକା ଗୀତିଶ୍ରୀ ମହାନ୍ତ ମୁଖ୍ୟବକ୍ତା ଭାବେ ଯୋଗଦେଇ ଧ୍ୟାନ ମଣିଷକୁ ସୁସ୍ଥ ଓ ଶୃଙ୍ଖଳିତ କରିଥାଏ ବୋଲି ମତ ରଖିବା ସହ ଭାରତୀୟ ଯୋଗ ଦର୍ଶନ ବିଶ୍ୱକୁ ନୂଆ ପରିଚୟ ଦେଇଛି ବୋଲି କହିଥିଲେ। ଜାତୀୟ ସେବା ଯୋଜନା ସଂଯୋଜିକା ଡ.ସରିତା ନାୟକ ସେବା ଯୋଜନାର ସୁଦୂରପ୍ରସାରୀ କାର୍ଯ୍ୟକ୍ରମ ଓ ଲକ୍ଷ୍ୟ ଉପସ୍ଥାପନ କରିଥିଲେ। କାର୍ଯ୍ୟକ୍ରମ ଅଧିକାରୀ ଅଧ୍ୟାପକ ଦିନେଶ ମହାରଣା ପ୍ରାରମ୍ଭରେ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଏହି ଶିବିରରେ ଶତାଧିକ ସ୍ୱେଛାସେବୀ ସାମିଲ ହୋଇଥିଲେ। ଶେଷରେ ସଂସ୍କୃତ ବିଭାଗ ମୁଖ୍ୟ ଡ. ଅରୁନ୍ଧତୀ ଓଝା ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories