www.samajalive.in
Sunday, December 7, 2025
16.1 C
Bhubaneswar

ଆଜିଠୁ କମିବ ବର୍ଷା, ବଢିବ ଶୀତ: ଜାରି ରହିବ କୋହଲା ପାଗ

ଭୁବନେଶ୍ବର : ଆଜିଠୁ କମିବ ବର୍ଷା, ବଢିବ ଶୀତ। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଅବପାତ ପୂର୍ବ-ଉତ୍ତର-ପୂର୍ବ ଦିଗରେ ଗତି କରୁଛି। ଗତ ୬ ଘଣ୍ଟାରେ ୮କି.ମି ବେଗରେ ଅବପାତ ଗତି କରୁଥିବା ବେଳେ ଶନିବାର ବିଳମ୍ବିତ ରାତିରେ ଏହା ଦୁର୍ବଳ ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।  ଅବପାତ ପ୍ରଭାବରେ ଶନିବାର ଅପରାହ୍ଣ ପର୍ଯ୍ୟନ୍ତ ବର୍ଷା ଲାଗି ରହିଥିବା ବେଳେ ଆଜି ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହୋଇପାରେ। ବର୍ଷା ଓ କୋହଲା ପବନ ଦ୍ବାରା ପ୍ରାୟ ଅଞ୍ଚଳରେ ଦିନ ତାପମାତ୍ରା ହ୍ରାସ ପାଇଥିବାରୁ ଶୀତ ଲାଗି ରହିଥିଲା ବୋଲି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦେଶିକା ଡକ୍ଟର ମନୋରମା ମହାନ୍ତି କହିଛନ୍ତି। ଶୁକ୍ରବାର ପୂର୍ବାହ୍ଣ ସାଢେ ୯ଟାରୁ ବର୍ଷା ଆରମ୍ଭ ହୋଇଥିଲା। ମଝିରେ କିଛି ସମୟ ବର୍ଷା ଛାଡ଼ିଥିବା ବେଳେ ଶନିବାର ପର୍ଯ୍ୟନ୍ତ ବର୍ଷା ଲାଗି ରହିଥିଲା। ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶା ଅପେକ୍ଷା ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ହୋଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ସବୁଠୁ ଅଧିକ ବର୍ଷା ନୟାଗଡ଼ ଜିଲା ରଣପୁରରେ ହୋଇଛି। ଏଠାରେ ୧୦୮.୪ମି.ମି. ବର୍ଷା ରେକର୍ଡ କରାଯାଇଛି। ପାଣିପାଗ କେନ୍ଦ୍ରର ନିର୍ଦେଶିକା ଶ୍ରୀମତୀ ମହାନ୍ତି କହିଛନ୍ତି, ଶୀତ ଏବେବି ଅଛି। ଦିନର ତାପମାତ୍ରା ୪ରୁ ୫ଡିଗ୍ରୀ କମିଛି। ସେଥିପାଇଁ ବର୍ଷା ସହିତ ଶୀତ ହେଉଛି; କିନ୍ତୁ ରାତିର ସର୍ବନିମ୍ନ ତାପମାତ୍ରା ବହୁତ ବଢ଼ିଯାଇଛି। ରାତିର ସର୍ବନିମ୍ନ ତାପମାତ୍ରା ସ୍ବାଭାବିକରୁ ୫ରୁ ୭ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିଛି। ଆଗାମୀ ଦୁଇ ଦିନ ପରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ କମିବାର ସମ୍ଭାବନା ରହିଛି। ଅନୁଗୋଳରେ ରାତି ତାପମାତ୍ରା ୧୩.୬ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ଭଦ୍ରକ ୧୪.୫, ୧୪.୨, ଖୋର୍ଦ୍ଧା ୧୪.୫, ଭୁବନେଶ୍ବର ୧୬ ଏବଂ କଟକରେ ୧୫.୫ ଡିଗ୍ରୀ ରେକର୍ଡ ହୋଇଛି। ଆଗାମୀ ୪୮ଘଣ୍ଟା ଯାଏଁ ରାଜ୍ୟରେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ରବିବାର ଓ ସୋମବାର ସକାଳେ କେନ୍ଦୁଝର, ଝାରସୁଗୁଡ଼ା, କନ୍ଧମାଳ, କଳାହାଣ୍ଡି, ସୁନ୍ଦରଗଡ଼ ଓ କୋରାପୁଟ ଜିଲାର କିଛି କିଛି ସ୍ଥାନରେ ଘନ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲାଗୁଡ଼ିକ ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କୌଣସି ପ୍ରକାର ଦୁର୍ଘଟଣା ଘଟିବ ନାହିଁ ସେଥିପାଇଁ ଆବଶ୍ୟକ ବ୍ୟବସ୍ଥା କରିବାକୁ ପୁଲିସ ଓ ପରିବହନ ବିଭାଗ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ ଆୟୁକ୍ତ (ଏସଆରସି) ଦେଓରଞ୍ଜନ କୁମାର ସିଂହ। ଅନ୍ୟପଟେ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଡିସେମ୍ବର ୨୭ରେ ଦକ୍ଷିଣ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ଲଘୁଚାପ ରୂପ ନେବା ସମ୍ଭାବନା ରହିଛି। ଏହା କେତେ ଘନୀଭୂତ ଓ କେଉଁ ଆଡ଼କୁ ଗତି କରିବା ୨୬ତାରିଖ ବେଳକୁ ସ୍ପଷ୍ଟ ଜଣାପଡ଼ିବ।
୬ ଜିଲାକୁ…

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories