www.samajalive.in
Saturday, December 6, 2025
15.1 C
Bhubaneswar

ଶ୍ରୀମନ୍ଦିର ଭିତରେ ଗଣ୍ଡଗୋଳ ମାମଲା : ୨ ସେବାୟତଙ୍କୁ ନୋଟିସ୍‌

ପୁରୀ : ଶ୍ରୀମନ୍ଦିରରେ ବିଶୃଙ୍ଖଳା ପାଇଁ ୨ଜଣ ସେବାୟତଙ୍କୁ ଶନିବାର କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ସେମାନେ ହେଲେ ମୁଖ ପଖାଳ ସେବକ ମଦନ ମୋହନ ଖୁଣ୍ଟିଆ ଏବଂ ବିଶ୍ବନାଥ ଖୁଣ୍ଟିଆ। ଶ୍ରୀମନ୍ଦିର ଆଇନ ୨୧(କ) ଧାରା ଅନୁସାରେ ଉଭୟଙ୍କ ବିରୋଧରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନଯିବ ସେନେଇ ସନ୍ତୋଷଜନକ ଉତ୍ତର ରଖିବାକୁ ୭ ଦିନର ସମୟ ଦିଆଯାଇଛି। ଶ୍ରୀମନ୍ଦିର କମାଣ୍ଡରଙ୍କ ଜରିଆରେ ଏହି ଉତ୍ତର ଦାଖଲ କରିବାକୁ କୁହାଯିବା ସହ ଧାର୍ଯ୍ୟ ସମୟ ଭିତରେ ଏହା ହସ୍ତଗତ ନହେଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ପଷ୍ଟ କରାଯାଇଛି। ନୋଟିସ୍‌ରେ ଦର୍ଶାଯାଇଛି ଯେ, ଗତ ୧୬ରେ ମୁକ୍ତିମଣ୍ଡପ ସାମ୍ନାରେ ଅବକାଶ ପାଦୁକା ବଣ୍ଟନକୁ ନେଇ ଉଭୟ ସେବକ ପରସ୍ପରକୁ ଗାଳିଗୁଲଜ କରିବା ସହ ମାରପିଟ୍‌ ହୋଇ ରକ୍ତାକ୍ତ ହୋଇଥିଲେ। ଏହି ଘଟଣାକୁ ଯୋଗୁଁ ଶ୍ରୀମନ୍ଦିର ପରିସରରେ ସେତେବେଳେ ଉପସ୍ଥିତ ଥିବା ଶ୍ରଦ୍ଧାଳୁଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଥିଲା। ସେହିପରି ଏହି ଘଟଣାରେ ଶ୍ରୀମନ୍ଦିରର ଗରିମା ଓ ମର୍ଯ୍ୟାଦା ମଧ୍ୟ କ୍ଷୁଣ୍ଣ ହୋଇଥିଲା। ଉଭୟ ସେବାୟତଙ୍କ ବିରୋଧରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନଯିବ ସେନେଇ ସନ୍ତୋଷଜନକ ଉତ୍ତର ଦାଖଲ କରିବାକୁ ନୋଟିସ୍‌ରେ ନିର୍ଦେଶ ଦିଆଯାଇଛି। ଶ୍ରୀମନ୍ଦିର ମଧ୍ୟରେ କୌଣସି ପ୍ରକାର ବିଶୃଙ୍ଖଳାକୁ କଦାପି ବରଦାସ୍ତ କରାଯିବ ନାହିଁ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ସ୍ପଷ୍ଟଭାବେ ସମସ୍ତ ସେବାୟତଙ୍କୁ ସୂଚନା ଦେଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories